ମେଷ: ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ। ପରିଜନମାନଙ୍କ ସହିତ ସମୟ ଆନନ୍ଦରେ ବିତିବ।
ବୃଷ: ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ।
ମିଥୁନ: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି।
କର୍କଟ: ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ।
ସିଂହ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭ। ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। ଜୀବନସାଥୀଙ୍କଠାରୁ ଉପହାର ପାଇପାରନ୍ତି।
କନ୍ଯା: ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ।
ତୁଳା: କର୍ମକ୍ଷେତ୍ରରେ ତରତର ହେଲେ କାମ ବିଗିଡ଼ିଯାଇପାରେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଦିନ ଭିତରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ଭିନ୍ନ କ୍ଷେତ୍ରରୁ ନିଜ ଲୋକମାନଙ୍କ ବିରୋଧରେ ଅଭିଯୋଗ ଆସିପାରେ।
ବିଛା: ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ।
ଧନୁ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ସହ ହସ ଖୁସିରେ ସମୟ ବିତିବ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହୋଇପାରେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
ମକର: ପରିଜନଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ ଓ ନୂତନ ପଦକ୍ଷେପ ନେଇ ସ୍ଥଗିତ କାମର ପୁନଃ ଆରମ୍ଭ କରିବେ। ଭ୍ରାତୃବର୍ଗଙ୍କ ଦ୍ୱାରା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।
କୁମ୍ଭ: ଜମିଜମା, ସରକାରୀ ସୂତ୍ରରୁ ଅର୍ଥ, ଛୋଟ ବ୍ୟବସାୟ, ଧାର୍ମିକ କାର୍ଯ୍ୟ ପ୍ରଭୃତିରେ ଆଶାନୁରୂପ ସଫଳତା ପାଇବେ। ସହକର୍ମୀଙ୍କ ସହ ବିବାଦର ସମାଧାନ ଘଟିବ।
ମୀନ: ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ।