Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ପ୍ରବଳ ବର୍ଷା; ୧୨ ତାରିଖରୁ ବଦଳାଇବ ଗତି

ଭୁବନେଶ୍ବର: ଆଜି ସନ୍ଧ୍ୟା ସୁଦ୍ଧା ଅବପାତରେ ପରିଣତ ହେବ ଲଘୁଚାପ। ଆସନ୍ତାକାଲି ବାତ୍ୟା ରୂପ ନେଇପାରେ ଲଘୁଚାପ। ୧୨ ତାରିଖ ସକାଳ ଯାଏଁ ଏହା ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ।

୧୨ ତାରିଖରେ ଏହା ଗତିପଥ ପରିବର୍ତ୍ତନ କରି ବାଂଲାଦେଶ, ମିଆଁମାର ଆଡକୁ ଯିବା ନେଇ ପୂର୍ବାନୁମାନ କରାଯାଇଛି । ଏହା ଭୀଷଣ ସାମୁଦ୍ରିକ ଝଡରେ ପରିଣତ ହୋଇପାରେ। ତେବେ ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । କିନ୍ତୁ ଆଶ୍ବସ୍ତିର କଥା ଯେ ଓଡ଼ିଶାକୁ ବାତ୍ୟା ଭୟ ନାହିଁ।

ବାତ୍ୟା ପ୍ରଭାବରେ ଆଜିଠୁ ଆଣ୍ଡାମାନ ନିକୋବରରେ ବର୍ଷା ଆରମ୍ଭ ହେବ। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ