Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ମେଣ୍ଡାମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହରାଜପୁର ଗୋଷ୍ଠୀ ଶିକ୍ଷା ଅଧୀନରେ ସ୍ଥିତ ହିଲୁଙ୍ଗ କ୍ଲଷ୍ଟରର ମେଣ୍ଡାମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଫୁଲଜିନିଆ ମାସାତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀ ଜ୍ୟୋତିର୍ମୟ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବରେ ସି. ଆର. ସି. ସି. ସୁଶୀଲ କୁମାର ପୁରୋହିତ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସବର ଆଭିମୁଖ୍ୟ ଓ ଗୁରୁ ଶିଷ୍ୟ ପରମ୍ପରା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି ଭାବରେ ଡାହାଣୀପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚୈତନ୍ୟ ସେଠୀ , ଲୁଚାବନ୍ଧ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନଗେନ କୁମାର ନାଏକ , ମେଣ୍ଡାମାଳ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ କବିତା ସେଠୀ , ଲୁଦୁମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମାନସ କୁମାର ମହାନ୍ତି , ରାଣୀପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନରଞ୍ଜନ ମିଶ୍ର ଓ ନିକଟସ୍ଥ ଅଙ୍ଗନୱାଡି କର୍ମୀ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଦ୍ୟାଳୟ ପରିଚାଳନା ପରିଷଦର ସଭାପତି ସୁଜିତ କୁମାର ପାତ୍ର ମଞ୍ଚାସିନ ହୋଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଅଗ୍ରପୂଜ୍ୟ ଗଜାନନ ଓ ବାଗଦେବୀ ସରସ୍ବତୀଙ୍କ ପୂଜାର୍ଚନାରୁ ଆରମ୍ଭ ହୋଇଥିଲା ସଭାକାର୍ଯ୍ୟ । ଛାତ୍ରୀମାନଙ୍କ ସ୍ୱାଗତ ସଙ୍ଗୀତ ପରିବେଶକୁ ମନ୍ତ୍ରମୁଗ୍ଧ କରିଥିଲା । ଶିକ୍ଷକ ଅମୂଲ୍ୟ କୁମାର ପ୍ରଧାନ ମଞ୍ଚ ପରିଚାଳନା କରିଥିବା ବେଳେ, କଳା ଶିକ୍ଷକ ଶୁଭେନ୍ଦୁ ମେହେର ସ୍ୱାଗତ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ପ୍ରଦୀପ କୁମାର ନାୟକ ବାର୍ଷିକ ବିବରଣୀ ପ୍ରଦାନ କରିଥିବାବେଳେ ଖେଳ ଶିକ୍ଷୟିତ୍ରୀ ପ୍ରତିଭା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ। ସଭା ଶେଷରେ ଅତିଥିମାନେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରି “ମୋ ଖେଳଣା ମୋ ସଂସ୍କୃତି” କର୍ମଶାଳା ବୁଲି ଦେଖିଥିଲେ। ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅତିଥି ମାନେ ଉପସ୍ଥିତ ରହି ଆନନ୍ଦ ସହକାରେ ଉପଭୋଗ କରିଥିଲେ।