Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ଆରମ୍ଭ ଯୁକ୍ତ ଦୁଇ ଖାତାଦେଖା

ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଏକସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ରେଜଲ୍ଟ ବାହାରିବ। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକସଙ୍ଗେ ବାହାରିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି।

ଖାତା ଦେଖା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ହୋଇଛନ୍ତି। ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଅନୁସାରେ, ଚଳିତ ବର୍ଷ ଏପ୍ରିଲ ୨ଠାରୁ ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମେ ୧୫ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରାଯିବ। ଅତ୍ୟଧିକ ଖରା ଓ ମୂଲ୍ୟାଙ୍କନ କେନ୍ଦ୍ରର ଦୂରତା ଯୋଗୁଁ ଯେପରି କୌଣସି ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସିବା ଅସୁବିଧା ନ ହେବ ସେଥିପାଇଁ ମୂଲ୍ୟାଙ୍କନ କେନ୍ଦ୍ର ବଢାଯାଇଛି

।ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ରରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ଏସି ରୁମରେ ବସି ଖାତା ଦେଖିବେ ଅଧ୍ୟାପକ । ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ।ପ୍ରଥମ ସିଫ୍ଟ ସକାଳ ସାଢେ ୭ଟାରୁ ୧୨ଟା ୩୦ ଏବଂ ଦ୍ବିତୀୟ ସିଫ୍ଟ ଗୋଟାଏ ୩୦ରୁ ସାଢେ ୬ଟା ପର୍ଯ୍ୟନ୍ତ ଚାଲିବ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ