Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଲବଲ କରୁଛି ତାତି; ୪୦ ଡିଗ୍ରୀ ଛୁଇଁଲା ବଲାଙ୍ଗୀର ଓ ବୌଦ୍ଧ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ। ଯାହାଫଳରେ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ପାରଦ ତଳମୁହାଁ ହୋଇଛି। ହେଲେ ପଶ୍ଚିମ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ନଥିବାରୁ କେତେକ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ବଲାଙ୍ଗୀର ଓ ବୌଦ୍ଧରେ ପାରଦ ୪୦ ଡିଗ୍ରୀ ଛୁଇଁଥିବାବେଳେ ଅଧିକାଂଶ ଅଞ୍ଚଳ ଉତ୍ତପ୍ତ ରହିଛି।ବଲାଙ୍ଗୀରରେ ସର୍ବାଧିକ ୪୧ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ ହୋଇଥିଲା। ସେହିପରି ବୌଦ୍ଧରେ ୪୦ ଡିଗ୍ରୀ, ଟିଟିଲାଗଡ଼ ୩୯.୫, ଝାରସୁଗୁଡ଼ା ୩୯, ଭୁବନେଶ୍ବର ୩୫ ଏବଂ କଟକରେ ୩୪.୫ ଡିଗ୍ରୀ ରେକର୍ଡ ହୋଇଛି। ଆସନ୍ତା ୫ ଦିନ ଯାଏଁ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅପରପକ୍ଷରେ କାଳବୈଶାଖୀ ପ୍ରଭାବରେ ଆସନ୍ତା ୩ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ୧ ରୁ ୨ ଡିଗ୍ରୀ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ରାୟଗଡା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝଗର ଓ ମୟୂରଭଞ୍ଜ ପରି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।