Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଓଡ଼ିଆ ପକ୍ଷ ପାଳନକୁ ନେଇ ସ୍ୱତନ୍ତ୍ର ୱେବସାଇଟ

ଭୁବନେଶ୍ୱର: ଆମ ଓଡ଼ିଶାରେ ପ୍ରଥମ ଥର ପାଇଁ ଏପ୍ରିଲ ୧ ତାରିଖ ଠାରୁ ନେଇ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଓଡ଼ିଆ ପକ୍ଷ ପାଳନକୁ ନେଇ ଏକ ସ୍ୱତନ୍ତ୍ର ୱେବସାଇଟର ମଧ୍ୟ ନିର୍ମାଣ କରାଯାଇଛି। ୱେବସାଇଟରେ ଓଡ଼ିଆ ପକ୍ଷ ପାଳନ ସମ୍ବନ୍ଧୀୟ ସବିସ୍ତୃତ ବିବରଣୀ ପ୍ରଦାନ କରାଯାଇଛି। ଏଥିସହିତ ଏପ୍ରିଲ ୧ ତାରିଖ ଠାରୁ ନେଇ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ତରଫରୁ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମର ସବିଶେଷ ବିବରଣୀ ପ୍ରଦାନ କରାଯାଇଛି। ଏଥିସହିତ ୱେବସାଇଟରେ ଓଡ଼ିଆ ପକ୍ଷ ପାଳନ ସମ୍ବନ୍ଧୀୟ ଏକ କୁଇଜ୍‌ ମଧ୍ୟ ରଖାଯାଇଛି। ଏହି କୁଇଜ୍‌ରେ ଓଡ଼ିଶାର ବରପୁତ୍ର ଏବଂ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ ଓ ପରମ୍ପରା ସମ୍ବନ୍ଧୀୟ ପ୍ରଶ୍ନ ରହିଛି। ସମସ୍ତେ ଏହି କୁଇଜ୍‌ରେ ଅଂଶଗ୍ରହଣ କରି ନିଜର ଡିଜିଟାଲ୍ ପ୍ରମାଣପତ୍ର ମଧ୍ୟ ଡ଼ାଉନଲୋଡ୍‌ କରିପାରିବେ। ଏଥିସହିତ ନିଜ ବିଦ୍ୟାଳୟ, ମହାବିଦ୍ୟାଳୟ, ବ୍ଲକ, ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ ପରିପ୍ରେକ୍ଷୀରେ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜର ସେଲ୍ଫି ମଧ୍ୟ ଏହି ଓଡ଼ିଆ ପକ୍ଷ ୱେବସାଇଟରେ ଅପଲୋଡ଼ କରିପାରିବେ। ଆସନ୍ତୁ ସମସ୍ତେ ମିଳିମିଶି ଓଡ଼ିଆ ପକ୍ଷ ପାଳନ କରିବା। ଓଡ଼ିଆ ସାଂସ୍କୃତିକ ମୂଲ୍ୟବୋଧ, ଚାଲି ଚଳଣି, ଗାଥା ଗୌରବ ଓ ଆମ ପରମ୍ପରାକୁ ପୁନଶ୍ଚ ବିଶ୍ୱ ବିଦିତ କରାଇବା।