Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲାପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୭/୪(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ଶ୍ରୀ ଶଙ୍କର କେରକେଟା, ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଓ ଶ୍ରୀ କେ.ନାଗରଜୁ, ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି
ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା,ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୪୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୪୬ ଗୋଟି ଓ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋରା ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।