Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସ:ବର୍ଣ୍ଣବୋଧ ବଣ୍ଟନ ଓ ଉତ୍ସବ ପାଳନ

ସମ୍ବଲପୁର:ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସରେ ଓଡ଼ିଆ ଭାଷା ଓ ସଂସ୍କୃତିର ସଚେତନତା ଏବଂ ଶିକ୍ଷାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ‘ବର୍ଣ୍ଣବୋଧ ବଣ୍ଟନ- ବର୍ଣ୍ଣବୋଧ ଉତ୍ସବ’ ଉତ୍ସାହର ସହିତ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସିଡ଼ିପିଓ ମମତା ପାନିଗ୍ରାହୀ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ରେଣୁବାଳା ନନ୍ଦ, ଜିଲ୍ଲା ସଂସ୍କୃତି ଅଧିକାରୀ ମାମୁନି ଆଚାର୍ୟ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସଞ୍ଜୁକ୍ତା କୁଲ୍ଲୁ ଙ୍କ ସମେତ ଅନ୍ୟ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହି ଦଲଦଲିପଡା, ଧନକଉଡା ବ୍ଲକ ର ଶାନ୍ତି ସଦନ, ମାନେଶ୍ବର ବ୍ଲକ କାର୍ଯ୍ୟାଳୟ ର ଜନ ଶୁଣାଣୀ ଓ ତେନ୍ତୁଳିକୁର୍ଲ୍ଲା ଠାରେ ବର୍ଣ୍ଣବୋଧ ବଣ୍ଟନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ I
ଓଡ଼ିଆ ଭାଷାର ଐତିହ୍ୟକୁ ସଂରକ୍ଷଣ କରିବା ସହିତ ଛାତ୍ରଛାତ୍ରୀମାନଙ୍କ ପାଇଁ ଭାଷାଗତ ଶିକ୍ଷଣ ଓ ବିକାଶର ପରିବେଶ ସୃଷ୍ଟି କରିବା ଦିଗରେ ଏହି ଦିବସଟିକୁ ଭକ୍ତକବି ମଧୁସୂଦନ ରାଓଙ୍କ ରଚିତ ‘ବର୍ଣ୍ଣବୋଧ’ ନିମନ୍ତେ ଉତ୍ସର୍ଗୀକୃତ କରାଯାଇଛି I
ଏଠାରେ ସୂଚନା ଥାଉ କି, ଓଡିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ପ୍ରଦାନ କରାଯାଇଥିବା ବର୍ଣ୍ଣବୋଧ ପୁସ୍ତକଗୁଡିକ ଜିଲ୍ଲା ପ୍ରଶାସନ, ଜିଲ୍ଲା ସଂସ୍କୃତି ଓ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ବଣ୍ଟନ କରାଯାଇଥିଲା।ଏହି ଅବସରରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଅବସ୍ଥାପିତ ବିଦ୍ୟାଳୟଗୁଡ଼ିକରେ ମଣ୍ଡଳ ଶିକ୍ଷା ଅଧିକାରୀ ଙ୍କ ଦ୍ଵାରା ଛାତ୍ରଛାତ୍ରୀ ଙ୍କୁ ବର୍ଣ୍ଣବୋଧ ବଣ୍ଟନ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories