Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଵୟୋ ଯୋଜନା ଶୁଭାରମ୍ଭ

ସମ୍ବଲପୁର:ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଵୟୋ ଯୋଜନା ଶୁଭାରମ୍ଭ ଅନ୍ତର୍ଗତ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ସ୍ଥାନୀୟ ଗଙ୍ଗାଧର ମେହେର ବିଶ୍ଵବିଦ୍ୟାଳୟ ର ପ୍ରେକ୍ଷାଳୟ ଠାରେ ଅନୁଷ୍ଠିତ ହେଇଯାଇଛି l ଏହି ପ୍ରରିପ୍ରେକ୍ଷୀରେ ମାନ୍ୟବର କେନ୍ଦ୍ରଶିକ୍ଷା ମନ୍ତ୍ରୀ,ଭାରତ ସରକାର ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଲୋକପ୍ରତିନିଧି ଶ୍ରୀ ଗିରିଜା ସାହୁ ଓ ଶମ୍ଭୁ ବାରେଲିଆ ମାନ୍ୟବର ସମ୍ବଲପୁର ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର,ଜିଲ୍ଳାପରିଷଦ ଅଧ୍ୟକ୍ଷା ଶ୍ରୀମତୀ କୁମୁଦିନି ନାୟକ ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦର(ଭା.ପ୍ର.ସେ) ଙ୍କ ସମେତ ଅନ୍ୟ ବିଭାଗୀୟ ପ୍ରଶାସନିକ ଅଧିକାରୀ,ଗଣମାଧ୍ୟମ ପ୍ରତିନିଧି, ସହରର ବୁଦ୍ଧିଜୀବୀ, ଯୋଜନାର ହିତାଧିକାରୀ ପ୍ରମୁଖ ଉପସ୍ଥିତ ରହି କଟକ ସ୍ଥିତ ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହେଉଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ।
ଆଜିର ଏହି କାର୍ଯ୍ୟକ୍ରମ ଜିଲ୍ଲା ମୁଖ୍ୟାଳୟ କୁ ଛାଡି ୩୬ଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର କରାଯାଉଛି l ଜିଲ୍ଲା ମୁଖ୍ୟାଳୟରେ ୧୦୦୦ରୁ ଉର୍ଦ୍ଧ୍ୱ ଲୋକ ଏହି କାର୍ଯ୍ୟକ୍ରମରେ ସାମିଲ ହେଇଥିବା ବେଳେ ଜିଲ୍ଲାର ଅନ୍ୟ ସ୍ଥାନ ମାନଙ୍କରେ ମଧ୍ୟ ହଜାରରୁ ଅଧିକ ଲୋକ ଏହି କାର୍ଯ୍ୟକ୍ରମରେ ଯୋଡିହେଇଛନନ୍ତି l ସୂଚନା ଅନୁଯାୟୀ ଏହି ଯୋଜନା ମାଧ୍ୟମରେ ସମ୍ବଲପୁର ଜିଲ୍ଲାର । ସାଧାରଣ ଜନ ସେବା କେନ୍ଦ୍ର ଗୁଡିକ ସମ୍ପୃକ୍ତ ଅଂଚଳର ଆଶାକର୍ମୀ/ ବହୁମୁଖୀ ଜନସ୍ୱାସ୍ଥ୍ୟ କର୍ମୀମାନଙ୍କ ସହାୟତାରେ ଗ୍ରାମ ସ୍ତରରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯିବ l lସାରା ଦେଶରେ ୨୯୦୦୦ ଘରୋଇ ଏବଂ ସରକାରୀ ହସ୍ପିଟାଲ ଏହି ଯୋଜନାରେ ତାଲିକାଭୁକ୍ତ ଅଛନ୍ତି l ନୂଆ ଏକକ କାର୍ଡ ପାଇବା ପର୍ଯ୍ୟନ୍ତ ବର୍ତ୍ତମାନର ସମସ୍ତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ହିତାଧିକାରୀ ତାଲିକାଭୁକ୍ତ ହସ୍ପିଟାଲରେ ନିଜର ଆଧାର କାର୍ଡ ସହିତ ବର୍ତ୍ତମାନର ପାଖରେ ଥିବା ସ୍ୱାସ୍ଥ୍ୟ କାର୍ଡ ନମ୍ବର ଦେଇ ଚିକିତ୍ସା ପାଇପାରିବେ l ଏହି ପ୍ରରିପ୍ରେକ୍ଷୀରେ ରାଜ୍ୟ ସ୍ତରରେ ଏକ କଲ୍ ସେଣ୍ଟର କରାଯାଇଛି ଯାହାର ନମ୍ବର ୦୬୭୪-୨୬୨୦୫୦୦ ଅଟେ l ଏହି ଯୋଜନାକୁ ନେଇ କିଛି କୌଣସି ସମସ୍ଯା ଉପୁଜିଲେ ଏହି ନମ୍ବରରେ ଯୋଗାଯୋଗ କରିପାରିବେ l ଏହି ଯୋଜନାକୁ ଲୋକଙ୍କ ନିକଟକୁ ଅଧିକରୁ ଅଧିକ ପଂହଁଚେଇବା ପାଇଁ ୩ଟି ସଚେତନତା ରଥ ବୁଲି ଲୋକଙ୍କୁ ସଚେତନ କରାଇବ ଏହାସହିତ ଲିଫଲେଟ, ପୋଷ୍ଟର, ବ୍ୟାନର ଲଗାଯିବ ଏବଂ ପଂଚାୟତ ସ୍ତରରେ ଲୋକଙ୍କୁ ଏ ସଂକ୍ରାନ୍ତରେ ସଚେତନ କରାଯିବ l ଯେପରି ଲୋକମାନେ ଏହି ଯୋଜନାର ଉପଯୁକ୍ତ ଲାଭ ଉଠାଇପାରିବେ l ଏହି ଯୋଜନା ସରକାରଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ ଯାହା ଓଡିଶାର ସ୍ୱାସ୍ଥ୍ୟ ସେବାକୁ ଆହୁରି ଆଗକୁ ନେବା ସହ ଲୋକ ମାନଙ୍କୁ ଏକ ଉନ୍ନତ ଧରଣର ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ନିଶ୍ଚିତ କରାଇବ।