Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଟ୍ରକକୁ ପଛରୁ ଧକ୍କା ଦେଲା ବସ୍, ୩୦ ଯାତ୍ରୀ ଆହତ

ଗଞ୍ଜାମ: ଖଲ୍ଲିକୋଟ ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ ଲଙ୍ଗଳେଶ୍ବରରେ ଟ୍ରକକୁ ପଛରୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ । ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ହୋଇଛି ଦୁର୍ଘଟଣାଗ୍ରସ୍ତ । ଭୁବନେଶ୍ଵରରୁ ଆସିକା ଯାଉଥିବା ବେଳେ ଟ୍ରକ ପଛକୁ ଧକ୍କା ଦେଇଥିଲା l
ଦୁର୍ଘଟଣା ପରେ ବସ ଛାଡ଼ି ଡ୍ରାଇଭର, କଣ୍ଡକ୍ଟର ଓ ହେଲପର ଫେରାର ହୋଇଯାଇଛନ୍ତି । ସମସ୍ତ ଆହତଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି । ସାମାନ୍ୟ ଆହତ ହୋଇଥିବା ଯାତ୍ରୀଙ୍କୁ ଚିକିତ୍ସା ପରେ ଖଲ୍ଲିକୋଟ ଥାନା ପକ୍ଷରୁ ଅନ୍ୟ ଏକ ବସ ଯୋଗେ ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ