Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର

ଶ୍ରୀନଗର: ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲ୍ଲାରେ ସୋମବାର ରାତିରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ପୁଣି ଏକ ଏନକାଉଣ୍ଟର ହୋଇଛି। ଆତଙ୍କବାଦୀମାନେ ସେହି ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷା ବାହିନୀକୁ ସୂଚନା ମିଳିଥିଲା। ଏହା ପରେ ସେମାନେ ସୁରନକୋଟର ଲାସାନା ଗାଁରେ ଏକ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ।

ଏହି ସମୟରେ ଉଭୟ ପାର୍ଶ୍ୱରୁ ଗୁଳିଚାଳନା ଆରମ୍ଭ ହୋଇଗଲା। ଗୁଳିଚାଳନା ସମୟରେ ଜଣେ ସେନା ଯବାନ ଆହତ ହୋଇଥିବା ଅଧିକାରୀମାନେ କହିଛନ୍ତି। ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଚିକିତ୍ସା ଚାଲିଛି।

ତେବେ ଘଟଣାସ୍ଥଳକୁ ଅଧିକ ଯବାନ ପଠାଯାଇଥିବା ନେଇ ସେନା ପକ୍ଷରୁ କୁହାଯାଇଛି। ଆତଙ୍କବାଦୀମାନେ ଯେପରି ଖସି ନଯାଆନ୍ତି, ସେଥିପାଇଁ ସର୍ଚ୍ଚ ଅପରେସନ୍ ଜାରି ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ