Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା

CREATOR: gd-jpeg v1.0 (using IJG JPEG v62), quality = 82

ଓଡ଼ିଶା ଡଟ୍ ନ୍ୟୁଜ୍: ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷାର ସମ୍ଭାବନା । କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହେବା ନେଇ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ହେବ କାଳବୈଶାଖୀ ବର୍ଷା । ଘଡ଼ଘଡ଼ି ବିଜୁଳି ସହିତ କେତେକ ସ୍ଥାନରେ ପ୍ରବଳ ବର୍ଷା ବି ହୋଇପାରେ ।

ଆଜି ବର୍ଷା ଓ ପବନ ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପଶ୍ଚିମ ଓଡ଼ିଶରେ କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ୧୯ ତାରିଖରୁ ଶୁଖିଲା ରହିବ ପାଗ । ସେହିପରି ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି କହିଛି ପାଣିପାଗ କେନ୍ଦ୍ର ।

ସୂଚନାଯୋଗ୍ୟ, ରାଜ୍ୟରେ କିଛିଦିନ ହେବ କାଳବୈଶାଖୀ ପ୍ରଭାବରେ ବର୍ଷା ଓ ପବନ ହେଉଛି । ଫଳର ତାତିରୁ ରାଜ୍ୟ ବାସୀଙ୍କୁ ଆଶ୍ୱସ୍ତି ମିଳିଛି ।