Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବର୍ଷା ନେଇ ଏସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ପଶ୍ଚିମାଝଡ଼ ଓ ଟ୍ରଫ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

୧୭ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ାରେ ମଧ୍ୟ ବର୍ଷା ସମ୍ଭାବନା ଅଛି । ଆସନ୍ତା ୧୯ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ରହିବ ।

ସେହିପରି ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।