Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ :୨୫୦୦ ଗୃହରକ୍ଷୀ ପଦବୀ ସୃଷ୍ଟି

ଭୁବନେଶ୍ୱର:ରାଜ୍ୟରେ ସୃଷ୍ଟି ହୋଇଛି ୨୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ୨୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫ ହେଲା ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨,୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି ।