Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତି ପାଳିତ

ପାରଳାଖେମୁଣ୍ଡି:୧୫/୪(ଗରୁଡ ଧ୍ଵଜ ଚୌଧୁରୀ)ଓଡିଆ ପକ୍ଷ ପାଳନର ଚତୁର୍ଦଶ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଦ୍ଵାରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତି ମହା ଆଡମ୍ବରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଶଙ୍କର କେରକେଟା, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ,ଜିଲ୍ଲାପରିଷଦ,ଗଜପତି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀ ଅନୁପ ପଣ୍ଡା, ଉପ ଜିଲ୍ଲାପାଳ, ପାରଳାଖେମୁଣ୍ଡି,ଶ୍ରୀ କମଳକାନ୍ତ ପଣ୍ଡା ଡେପୁଟି କାଲେକ୍ଟର ଜରୁରୀକାଳିନ ବିଭାଗ, ଶ୍ରୀଯୁକ୍ତ ଟିମନ ବାରା, ଜିଲ୍ଲା ପ୍ରକଳ୍ପ ଅଧିକାରୀ, ଓଡ଼ିଶା ଜୀବିକା ମିଶନ, ଗଜପତି, ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ସଂସ୍କୃତି ଅଧିକାରୀ, ଗଜପତି, ଶ୍ରୀ ଅରୁଣ କୁମାର ତ୍ରିପାଠୀ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗଜପତି ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ। ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଆହ୍ଵାନ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ୧ ତାରିଖ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରାଯାଉଥିଲା,ଏହି ଅବସରରେ ସ୍ଥାନୀୟ ମହିଳା ମାନଙ୍କ ଦ୍ଵାରା ରଙ୍ଗୋଲୀ,ଝୋଟି,ଚିତା,ମୁରୁଜ,ହୁଳହୁଳି ଆଦି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଏହି ଓଡିଆ ନୂତନ ବର୍ଷର ଅବସରରେ ପାରମ୍ପରିକ ପଣାର ବ୍ୟବସ୍ଥା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ୨୦ରୁ ଉର୍ଦ୍ଧ ମହିଳା ମାନେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ । କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା ।ଏହି ଅବସରେ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ ଗୁଡିକରେ ମଧ୍ୟ ଓଡିଆ ନୂତନ ବର୍ଷ ଓ ପଣା ସଂକ୍ରାନ୍ତି ପାଳନ କରାଯାଇଅଛି ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା କର୍ମଚାରୀମାନଙ୍କ ସମେତ ଶ୍ରୀ ଲୋକନାଥ ରେଡ୍ଡୀ,ମନୋଜ କୁମାର ଲିମା, ରିଙ୍କୁ ମହାରଣା,ଅପରାନନ୍ଦ ଆନନ୍ଦ ପ୍ରଭୃତ ରାଜସ୍ଵ ସହାୟକମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମଟିକୁ ସମ୍ପାଦନ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।