ବିଜେଡି ସଭାପତି ପଦ ପାଇଁ ଆଜି ନବୀନ ଭରିବେ ନାମାଙ୍କନ


ଭୁବନେଶ୍ବର: ବିଜେଡି ସଭାପତି ପ୍ରାର୍ଥୀ ପାଇଁ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ । ଆଜି ସେ ନାମାଙ୍କନ ଦାଖଲ କରିବେ । ସାଧାରଣ ନିର୍ବାଚନ ୨୦୨୪ରେ ପରାଜୟ ପରେ ପୁଣି ଦଳ ସଜାଡୁଛି ବିଜେଡି । ଏବେ ଦଳର ସାଂଗଠନିକ ନିର୍ବାଚନ ଚାଲିଥିବା ବେଳେ ନବୀନ ପୁଣି ଥରେ ବିଜେଡି ସଭାପତି ହେବା ଏକ ପ୍ରକାର ନିଶ୍ଚିତ ହୋଇଛି ।

ବିଜେଡି ସଭାପତି ପଦ ପାଇଁ ନବୀନ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି । ତେବେ ବିଜେଡି ସଭାପତି ରେସରେ ଆଉ କେହି ନଥିବାରୁ ନବୀନ ପଟ୍ଟନାୟକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ ହୋଇଯାଇଛି । ଦୁଇ ଦିନ ଭିତରେ ବିଜେଡି ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ ଗଠନ ହେବ । ଆସନ୍ତା ୧୯ ତାରିଖରେ ଦଳ ନୂଆ ସଭାପତିଙ୍କ ନାଁ ଘୋଷଣା କରିବେ । ଅନ୍ୟପଟେ ବିଜେଡି ସାଂଗଠନିକ ନିର୍ବାଚନରେ ୩୩ ସାଂଗଠନିକ ଜିଲ୍ଲାରୁ ୧୮ଟି ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା ହୋଇଛି । ଏହି ତାଲିକାରେ ବରିଷ୍ଠ ତଥା ଅଭିଜ୍ଞ ନେତାଙ୍କୁ ଗୁରୁତ୍ୱ ଦିଆଯାଇଛି ।