ଆଜି କର୍ଣ୍ଣାଟକ ବିଧାନସଭା ନିର୍ବାଚନ


ବେଙ୍ଗାଲୁରୁ: ଆଜି କର୍ଣ୍ଣାଟକ ବିଧାନସଭା ନିର୍ବାଚନ। ଆଜି ସକାଳ ୭ଟାରୁ ଆରମ୍ଭ ହୋଇଯାଇଛି ମତଦାନ ପ୍ରକ୍ରିୟା। ସଂଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ରାଜ୍ୟରେ ୫ କୋଟି ୩୧ ଲକ୍ଷରୁ ଅଧିକ ଲୋକ ଆଜି ମତଦାନ କରିବେ। ସାରା ରାଜ୍ୟରେ ୫୮ ହଜାର ୫୪୫ ମତଦାନ କେନ୍ଦ୍ରରେ ପଡ଼ିବ ଭୋଟ୍‌। ଏଥିପାଇଁ ସମସ୍ତ ବ୍ୟବସ୍ଥା ହୋଇଛି । ଚଳିତ ନିର୍ବାଚନରେ ୯ ଲକ୍ଷ ୧୭ ହଜାରରୁ ଅଧିକ ଭୋଟର ପ୍ରଥମ ଥର ପାଇଁ ମତସାବ୍ୟସ୍ତ କରିବେ।

ଆଜିର ମତଦାନ ମୋଟ୍ ୨୬୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବ । ବିଜେପି ସମସ୍ତ ୨୨୪ ଆସନରେ ଲଢୁଥିବାବେଳେ କଂଗ୍ରେସ ୨୨୩ ଆସନ, ଜେଡିଏସ୍ ୨୦୯ ଆସନରେ ନିର୍ବାଚନ ଲଢୁଛି । ସେହିପରି ଆମ୍ ଆଦମୀ ପାର୍ଟି ୨୦୯ ଆସନରେ ନିର୍ବାଚନ ଲଢୁଥିବା ଜଣାପଡ଼ିଛି।