Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଡ଼ ଘୋଷଣା, ୨ ଦିନରେ ସ୍କୁଲ୍ ଛୁଟି !

ରାଜ୍ୟରେ କଲବଲ କଲାଣି ଅସମ୍ଭାଳ ତାତି । ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଅସ୍ତବ୍ୟସ୍ତ ହେଲାଣି ଜନଜୀବନ । ଆଉ ଏହାରି ମଧ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନେଇ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ରାଜସ୍ବ  ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଯେ, ବର୍ତ୍ତମାନ ସ୍କୁଲ ସକାଳୁଆ ଅଛି। ଏସଓପି ବାହାରେ ନିଷ୍ପତି ନେବା ପାଇଁ ଜିଲ୍ଲାପାଳମାନଙ୍କୁ ଅଧିକୃତ କରାଯାଇଛି । ଆବଶ୍ୟକ ପଡ଼ିଲେ ସେମାନେ ସମ୍ପୃକ୍ତ ଜିଲ୍ଲାର ସ୍କୁଲ ବନ୍ଦ ନିଷ୍ପତି ନେଇପାରିବେ । 

ସେ ଆହୁରି ମଧ୍ୟ କହିଛନ୍ତି ଯେ, ସାରା ଓଡିଶାରେ ଗ୍ରୀଷ୍ମ ପରିସ୍ଥିତି ପାଇଁ ଖୁବଶୀଘ୍ର ସମୀକ୍ଷା ହେବ । ଦିନେ ଦୁଇ ଦିନ ମଧ୍ୟରେ ଆଲୋଚନା କରାଯିବ ଏବଂ ଅଧିକ ନିର୍ଦ୍ଦେଶାବଳି ଜାରି କରାଯିବ । ରାଜ୍ୟ ପାଇଁ ଯେଉଁ ଏସଓପି ଜାରି ହୋଇଛି ତାର ବାହାରେ ଲୋକଙ୍କର ଜୀବନ ରକ୍ଷା ପାଇଁ ଯାହା ଯାହା ପଦକ୍ଷେପ ନେବାକଥା ନେଇପାରିବେ । ଆହୁରି ଅଧିକ କଟକଣା ମଧ୍ୟ ଲଗାଇ ପାରିବେ ଏବଂ ଏସଓପି ମଧ୍ୟ ଜାରି କରିପାରିବେ। 

ଆଗକୁ ଆହୁରି ତାପମାତ୍ରା ବଢ଼ିପାରେ । ୨୦ ଜିଲ୍ଲାରୁ ହିଟ ଷ୍ଟ୍ରୋକର ଅଭିଯୋଗ ଆସିଛି ।  ଏହାକୁ ନେଇ ସରକାର ସମସ୍ତ ବ୍ୟବସ୍ଥା କରୁଛନ୍ତି । ଜିଲ୍ଲା ପ୍ରଶାସନ ଏବଂ ସ୍ୱାସ୍ଥ୍ୟ ବିଭାଗ ଯତ୍ନ ନେଉଛି । ବିଭାଗ ମଧ୍ୟ ସେ ନେଇ  ବ୍ୟବସ୍ଥା କରୁଛି ଯେମିତି କେହି ଅଂଶୁଘାତରେ ପୀଡିତ ହେବେ ନାହିଁ ଏବଂ ଯଦି ପୀଡିତ ହୁଅନ୍ତି ସେମାନଙ୍କୁ କିଭଳି ତୁରନ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯିବ।  ଶିକ୍ଷା ଏବଂ ଶ୍ରମ ବିଭାଗ ସହିତ ଆମ ବିଭାଗ ଯୋଗାଯୋଗରେ ଅଛି ବୋଲି ରାଜସ୍ବ ମନ୍ତ୍ରୀ ସୂଚନା ଦେଇଛନ୍ତି । 

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ