Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ!

ଭୁବନେଶ୍ୱର: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ । ପୁରୀରେ ବନ୍ଦେ ଭାରତ ଏକ୍ସପ୍ରେସ କାର୍ଯ୍ୟକ୍ରମର ଶୁଭାରମ୍ଭ କରିପାରନ୍ତି ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଆସିବା ସମ୍ଭାବାନା ଥିବା ନେଇ ବିଜେପିର ସାଧାରଣ ସମ୍ପାଦକ ସୂଚନା ଦେଇଛନ୍ତି।

ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ଦେଶର ବିଭିନ୍ନ ପ୍ରାନ୍ତରୁ ବନ୍ଦେ ଭାରତ ଏକ୍ସପ୍ରେସ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ତେଣୁ ଆମେ ଆଶା କରୁଛୁ ଯେ ସେ ଓଡ଼ିଶା ମଧ୍ୟ ଆସିପାରନ୍ତି।

ପୂର୍ବରୁ ଦିଆଯାଇଥିବା ରିପୋର୍ଟ ଅନୁସାରେ ମେ ୧୫ ରୁ ଟ୍ରେନ୍‌ ସେବା ଆରମ୍ଭ ହୋଇପାରେ। କିନ୍ତୁ ସାଧାରଣ ସମ୍ପାଦକ କହିଛନ୍ତି ଯେ ପ୍ରକୃତ ତାରିଖ ଏପର୍ଯ୍ୟନ୍ତ ଚୂଡାନ୍ତ ହୋଇନାହିଁ ଏବଂ ଖୁବ୍‌ ଶୀଘ୍ର ହେବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ