ଆହୁରି ୪ ଦିନ କାଳବୈଶାଖୀ । ୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି, କୁଆପଥର ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ପାଇଁ ୬ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୪ ଜିଲ୍ଲା ଜଗତସିଂହପୁର, କଟକ, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ଆଲର୍ଟ ଜାରି ହୋଇଛି। ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାମାନଙ୍କର କିଛି ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି । ସେହିପରି ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।
କାଳବୈଶାଖୀ ପ୍ରଭାବରେ ହ୍ରାସ ପାଇଛି ତାପମାତ୍ରା। ଆଗାମୀ ୪ଦିନରେ ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ପରବର୍ତ୍ତୀ ତିନି ଦିନରେ ୨ରୁ ୪ଡିଗ୍ରୀ ତାପମାତ୍ରା ବଢିବା ସମ୍ଭାବନା ରହିଛି ।