Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୫ଟି ସଚିବ ଭି. କାର୍ତ୍ତିକେୟନ ପଣ୍ଡିଆନ ଙ୍କ ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତ

ପାରଳାଖେମୁଣ୍ଡି:୧୦/୫(ଗରୁଡ଼ଧ୍ଵଜ ଚୌଧୁରୀ) ଆଜି ୫ଟି ସଚିବ ଭି. କାର୍ତ୍ତିକେୟ ନ ପଣ୍ଡିଆନ ଦ୍ୱିତୀୟ ଦିନରେ ଛେଳିଗଡ ଜଳ ସେଚନ ପ୍ରକଳ୍ପ ପରିଦର୍ଶନ କରିବା ସହ ଛେଳିଗଡ ଜଳସେଚନ ପ୍ରକଳ୍ପ ଖୁବ ଶୀଘ୍ର ଆରମ୍ଭ କରିବାକୁ ୫-ଟି ସଚିବଙ୍କ ପରାମର୍ଶ ଦେଇଥିଲେ l ଗଞ୍ଜାମ ଓ ଗଜପତିଜିଲ୍ଲାର ୬୬୨୦ ହେକ୍ଟର ଜମିକୁ ମିଳିବ ପାଣି, ବ୍ରହ୍ମପୁର ସହରକୁ ପ୍ରତି ସେକଣ୍ଡରେ ଏକ କ୍ୟୁବିକ ମିଟର ପିଇବା ପାଣିଖର୍ଚ୍ଚ ହେବ ୯୩୬.୬୩ କୋଟିଚାଳିଶ କୋଟି ଟଙ୍କା ବ୍ୟୟ ରେ ପାରଳାଖେମୁଣ୍ଡି ବାଇପାସ୍ ହେବ ସଂସ୍କୃତି ଭବନ ଓ ଟାଉନ ହଲ୍ ପାଇଁ 6.5 କୋଟି ଖର୍ଚ ହେବଜନସାଧାରଣଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଉଦ୍ୟମ ରତ। ଓଡିଶାର ରୂପାନ୍ତର ପାଇଁ ଅନେକ ପଦକ୍ଷେପ ନେଇ ରାଜ୍ୟର ବିକାଶ ମାନଚିତ୍ରରେ ଆଣିଛନ୍ତି କାୟାକଳ୍ପ । ଗତକାଲି ବିଜୁ ଏକ୍ସପ୍ରେସ ୱେ-୨ ର ନିର୍ମାଣ ପାଇଁ ପାହାଡ କାଟି ଟନେଲ ଜରିଆରେ ରାସ୍ତା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ଯାହାକି ଦକ୍ଷିଣ ଓଡିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏବେ ଗଞ୍ଜାମ ଓ ଗଜପତିରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି କରି ଛେଳିଗଡ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି ।ଶ୍ରୀ ପାଣ୍ଡିଆନ ଆଜି ତାଙ୍କର ଗଜପତି ଗସ୍ତର ଦ୍ବିତୀୟ ଦିନରେ ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ଅଧିକାରୀ ମାଆଙ୍କ ସହିତ ଆଲୋଚନା କରିଥିଲେ । ଏହାପରେ ସେ ଟନେଲ କାର୍ଯ୍ୟ ପରିଦର୍ଶନ କରିଥିଲେ । ଜଳସେଚନ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ଶ୍ରୀ ପାଣ୍ଡିଆନ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରକଳ୍ପ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣି ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ସୂଚନାଯୋଗ୍ୟ ଯେ ଛେଳିଗଡଜଳସେଚନ ପ୍ରକଳ୍ପ ଗଜପତି ଜଲ୍ଲାର ଆର. ଉଦୟଗିରି ବ୍ଲକ୍‌ସ୍ଥିତ ଛେଳିଗଡ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି । ଏଥିପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିପାଇଁ ୧୨୮୦ ମିଟର ଦୀର୍ଘ ଏକ ଲମ୍ବା ଟନେଲ ଖୋଳାଯାଇଛି । ଏହାଦ୍ବାରା ଗଞ୍ଜାମ ଜିଲ୍ଲାକୁ ପାଣି ଯାଇପାରିବ। ଏହି ପ୍ରକଳ୍ପ ସଂପୂର୍ଣ୍ଣ ହେବାପରେ ଏଥିରେ ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ ଏବଂ ଗଞ୍ଜାମ ଜିଲ୍ଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ । ଏହାଦ୍ବାରା ବ୍ରହ୍ମପୁର ସହରକୁ ପିଇବା ପାଣି ମଧ୍ୟ ଯୋଗାଇ ଦିଆଯିବ। ବ୍ରହ୍ମପୁର ସହରକୁ ପ୍ରତି ସେକେଣ୍ଡରେ ଏକ କ୍ୟୁବିକ୍‌ ମିଟର ( 1 Cumecs) ପାଣି ମିଳିପାରିବଏହାସହିତ ଗଜପତି ଜିଲ୍ଲାର ଶିଆଳି ଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ ମିନି ହାଇଡେଲ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ମଧ୍ୟ ଉତ୍ପାଦନ କରାଯାଇପାରିବ ।ଏଥିରେ ୧୫ଟି ଗାଁର କ୍ଷତିଗ୍ରସ୍ତ ଲୋକମାନଙ୍କ ପାଇଁ ୭ଟି ପୁନର୍ବାସ ଓ ଥଇଥାନ କଲୋନୀ କରାଯିବ ଏବଂ ୩ଟି ଥଇଥାନ କଲୋନୀର କାର୍ଯ୍ୟ ସଂପୂର୍ଣ୍ଣ ହେବା ସହିତ ଏଠାରେ ଲୋକମାନେ ରହିବା ଆରମ୍ଭ କଲେଣି। ବାକି ୪ଟିର ନିର୍ମାଣ କାର୍ଯ୍ୟ ଚାଲିଛି । ଏହାକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଥିଲେ । ୨୦୨୫-୨୬ ସୁଦ୍ଧା ଏହା ପ୍ରକଳ୍ପ ସଂପୂର୍ଣ୍ଣ ହେବ ।ଏହାପରେ ଶ୍ରୀ ପାଣ୍ଡିଆନ ଗୁମ୍ମାରେ ନିର୍ମାଣାଧୀନ ଏକ ବସଷ୍ଟାଣ୍ଡର କାର୍ଯ୍ୟ ଦେଖିଥିଲେ ଏବଂ ଏହାର କାର୍ଯ୍ୟର ମାନକୁ ଉଚ୍ଚକୋଟୀର କରିବା ପାଇଁ ପରାମର୍ଶ ଦେଇଥିଲେ । ସେଠାରେ ଉପସ୍ଥିତ ମିଶନ ଶକ୍ତି ମହିଳା ମାନଙ୍କ ରୁପାନ୍ତରିତ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ । ଏହାପରେ ଗୁମ୍ମାରେ ଏକ ରୂପାନ୍ତରିତ ହାଇସ୍କୁଲକୁ ପରିଦର୍ଶନ କରି ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କ ସହିତ ଆଲୋଚନା କରିଥିଲେ । ସ୍କୁଲରେ ନିର୍ମିତ ହୋଇଥିବା ନୂତନ ଆସେଟ୍‌ ଗୁଡିକୁ ନିଜର ସଂପତ୍ତି ପରି ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେବା ସହିତ ଭଲ ପାଠ ପଢି ଓଡିଶାର ସୁନାମ କରିବାକୁ ପିଲାଙ୍କୁ ଉତ୍ସାହିତ କରିଥିଲେ ।ଏହାପରେ ସେ ପ୍ରସ୍ତାବିତ ପାରଳାଖେମୁଣ୍ଡି ବାଇପାସ୍‌ ରୋଡ ଅଞ୍ଚଳକୁ ଯାଇଥିଲେ ଏବଂ ଏହାର କାମଯେପରି ଶୀଘ୍ର ଆରମ୍ଭ ହେବ, ସେଥିପାଇଁ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ । ଏହି ବାଇପାସ୍ ପାଇଁ ଚାଳିଶ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି. ପରେ ସେଠାରେ ନିର୍ମାଣାଧୀନ ଏକ ନୂତନ ଟାଉନ ହଲ୍‌କୁ ମଧ୍ୟ ବୁଲି ଦେଖିଥିଲେ । ଟାଉନ ହଲ୍ କାମ ଶେଷ କରିବା ପାଈଁ ଦେଢ଼ କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ. ଗଜପତି ଜିଲ୍ଲା କଳା ଓ ସଂସ୍କୃତି ର ଭୂମି ତେଣୁ ପାରଳାଖେମୁଣ୍ଡି ରେ ପାଞ୍ଚ କୋଟି ଟଙ୍କା ବ୍ୟୟରେ ଏକ ସୁଦୃଶ୍ୟ ସଂସ୍କୃତି ଭବନ ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ସମ୍ମତି ପ୍ରଦାନ କରିଛନ୍ତି ବୋଲି ୫ଟି ସଚିବ ପ୍ରକାଶ କରିଥିଲେ ଶେଷରେ ମଧ୍ୟାହ୍ନରେ ରାମସାଗର ଓ କୃଷ୍ଣସାଗର କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ । ଜଳସେଚିତ ଅଞ୍ଚଳର ଚାଷୀ ମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ପାଇଁ ଅଧିକ ସୁବିଧା କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ ।ରାମ ସାଗର ର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟ କରଣ ପାଇଁ ୧୦ କୋଟି ଟଙ୍କା ଖର୍ଚ ହେବ .ଏଥିପାଇଁ ୧୫ ଦିନ ଭିତରେ ଡି ପି ଆର ପ୍ରସ୍ତୁତ କରିବା ପାଇଁ ୫ଟି ସଚିବ ପରାମର୍ଶ ଦେଇଥିଲେ ସେହିପରି ଗୋସାଣୀ ବ୍ଲକର କୃଷ୍ନ ସାଗରର ପୁନରୁଦ୍ଧାର ୧୫ କୋଟି ଟଙ୍କା ରେ କରାଯିବ ଏହାଦ୍ୱାରା ୨ହଜାର ହେକ୍ଟର ଜମି ପାଣି ପାଇପାରିବ . ଏହି ଯୋଜନା ପାଇଁ ୧୫ ଦିନ ଭିତରେ ଡିପିଆର କରିବାକୁ ୫ଟି ସଚିବ ପରାମର୍ଶ ଦେଇଥିଲେ.

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।