Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ

ସୋନପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଅନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ ୧୫ ତାରିଖରୁ ରବିଧାନ କ୍ରୟ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି l ଏଥି ନିମନ୍ତେ ୬୭ ଗୋଟି ପ୍ୟାକ୍ସ ଓ ପରିବର୍ଦ୍ଧିତ ୦୨ ଗୋଟି କେନ୍ଦ୍ର ସହ ୬୯ ଗୋଟି ଏବଂ ୧୮ ଗୋଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସାମିଲ ରହିଥିବା ବେଳେ ସମୁଦାୟ ୮୭ ଗୋଟି ଧାନ କ୍ରୟ କେନ୍ଦ୍ର ଜରିଆରେ ଯୋଗାଣ ନିଗମ ଧାନ କ୍ରୟ କରିବ। ଚଳିତ ବର୍ଷ ସରକାରଙ୍କ ତରଫରୁ ଜିଲ୍ଲା ନିମନ୍ତେ ୧୬୨୫୮୮୦. ୦୦ କ୍ୟୁଣ୍ଟାଲ ଧାନ କ୍ରୟର ଲକ୍ଷ ଧାର୍ଯ୍ୟ ରହିଛି । ରବି ଧାନ କ୍ରୟ ପ୍ରକ୍ରିୟା ନିମନ୍ତେ ଟୋକନ ବ୍ୟବସ୍ଥା କରାଯିବ, ମାତ୍ର ଏକର ପ୍ରତି କେତେ ପରିମାଣରେ ଧାନ କିଣାଯିବ ସେଥିପାଇଁ ରାଜ୍ୟ ସ୍ତରୀୟ କ୍ରୟ କମିଟି ନିଷ୍ପତ୍ତି ଗ୍ରହଣ କଲାପରେ ଜଣାପଡିବ l ଚଳିତ ବର୍ଷ ଧାନ କ୍ରୟ କେନ୍ଦ୍ର ଗୁଡିକରେ ସପ୍ତାହର ୬ ଦିନ ରବିବାର ବ୍ୟତୀତ ସକାଳ ୬. ୩୦ ଘଣ୍ଟା ରୁ ପୂର୍ବାହ୍ନ ୧୧ ଘଣ୍ଟା ପର୍ଯ୍ୟନ୍ତ ଧାନ କ୍ରୟ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି l ପରିସ୍ଥିତିକୁ ଦେଖି ଯଦି ଆବଶ୍ୟକ ପଡେ ତେବେ ରବିବାର ଦିନ ମଧ୍ୟ ମଣ୍ଡି ଚାଲୁ ରହିବ ବୋଲି ସୂଚୀତ କରାଯାଇଛି। ଚଳିତ ବର୍ଷ ରବି ଧାନ ବିକ୍ରୟ କରିବା ପାଇଁ ଜିଲ୍ଲାର ୩୫୪୪୫ ଜଣ ଚାଷୀ ପଞ୍ଜିକରଣ ହୋଇଥିବା ବେଳେ ଗତ ରବିରେ ୩୫୫୭୯ ଜଣ ଚାଷୀ ପଂଜିକୃତ ହୋଇ ୨୦୩୨୩୪୯. ୦୬ କ୍ୱିଣ୍ଟାଲ ଧାନ କିଣାଯାଇଥିବା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି l ଗ୍ରୀଷ୍ମ ପ୍ରବାହ ଓ ପ୍ରାକ ମୌସୁମୀକୁ ଦୃଷ୍ଟିରେ ରଖି ସମସ୍ତ ଧାନ କ୍ରୟକେନ୍ଦ୍ର ଗୁଡିକରେ ଯେକୌଣସି ପ୍ରକାର ଆସନ୍ନ ସମସ୍ୟାକୁ ସମ୍ମୁଖୀନ ସହିତ ଉଚିତ ମୁକାବିଳା ନିମନ୍ତେ ପାନୀୟ ଜଳ, ବିଜୁଳି, ଟ୍ରପୋଲିନ ଓ ଚାଷୀଙ୍କ ପାଇଁ ଆଶ୍ରୟସ୍ଥଳି, ଗୋଦାମଘର, ଆନାଲେସିସ କିଟ, ମୋସ୍ଚାର ମିଟର, ତଥା ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା ପ୍ରତି ବିଶେଷ ଗୁରୁତ୍ୱ ଦେବା ସହ ଚାଷୀ ଯେପରି ରବି ଧାନ ବିକ୍ରୟକୁ ସହଜ, ସୁବିଧା ଓ ସ୍ଵଛତାର ସହ କରିପାରିବ ସେଥିପ୍ରତି ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳ ତଥା ଅଧ୍ୟକ୍ଷା ଶ୍ରୀମତୀ ଦାସ ନିର୍ଦେଶ ଦେଇଛନ୍ତି। ବୈଠକରେ ମାନନୀୟା ସାଂସଦ ବଲାଙ୍ଗୀର ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ ଯୋଗଦାନ କରି ବିଭାଗୀୟ ସମ୍ପୃକ୍ତ ଅଧିକାରୀ ବୃନ୍ଦ ନିଜ ନିଜ ବିଭାଗ ମଧ୍ୟରେ ସୁସମନ୍ୱୟ ରକ୍ଷା ପୂର୍ବକ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ପୁନଶ୍ଚ ଧାନ କ୍ରୟକୁ ସ୍ୱଚ୍ଛ ତଥା ବ୍ୟବସ୍ଥିତ ପରିଚାଳନା ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ବୈଠକରେ ଚାଷୀ ପ୍ରତିନିଧି ତଥା ମିଲର ସଂଘ ପ୍ରତିନିଧି ମାନଙ୍କ ଦ୍ୱାରା ଆଗତ ଗତ ବର୍ଷ ଧାନ କ୍ରୟ ସମୟରେ ଓ ପରେ ଉପୁଜିଥିବା ବିଭିନ୍ନ ସୁବିଧା ଅସୁବିଧା ଉପରେ ଆଲୋଚନା କରାଯାଇ ତ୍ରୁଟିର ସମାଧାନ ଦିଗରେ ଜିଲ୍ଲା ପ୍ରଶାସନ ଗୁରୁତ୍ବଦେଇ ଚଳିତ ବର୍ଷ ରବିଧାନ କ୍ରୟକୁ ସୁବ୍ୟବସ୍ଥିତ କରାଯିବ ବୋଲି ଜିଲ୍ଲାପାଳ ବୈଠକରେ ସୂଚନା ଦେଇଥିଲେ l ସମ୍ପୃକ୍ତ ସମସ୍ତଙ୍କ ମିଳିତ ସହଯୋଗରେ ଚଳିତ ବର୍ଷ ରବି ଧାନ କ୍ରୟ ଯେପରି ସୁରୁଖୁରୁରେ ସମ୍ପନ୍ନ ହେବ ସେଥିପାଇଁ ସମ୍ପୃକ୍ତ ଅଧିକାରୀ ମାନେ ଆଗୁଆ ପ୍ରସ୍ତୁତିର ସରଜମିନ ଯାଞ୍ଚ ସହ ତୃଣମୂଳ ସ୍ତରରେ ସୁ ସମନ୍ୱୟ ରକ୍ଷା ପୂର୍ବକ କାର୍ଯ୍ୟ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି l ଧାନ କ୍ରୟକୁ ବ୍ୟବସ୍ଥିତ ତଥା ସୁଚାରୁ ପରିଚାଳନା ନିମନ୍ତେ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କୁ ଆବଶ୍ୟକ ଯାଞ୍ଚ ଓ ନିରୀକ୍ଷଣ ନିମନ୍ତେ ଦାୟିତ୍ୱ ପ୍ରଦାନ କରାଯିବା ଉପରେ ସୂଚୀତ କରାଯାଇଛି । ଅନୁଷ୍ଠିତ ଏହି ବୈଠକରେ ବୀରମହାରାଜପୁର ଉପଜିଲ୍ଲାପାଳ ଶ୍ରୀ ଲଲାଟେନ୍ଦୁ ସି , ମୁଖ୍ୟ ଖାଉଟି ଯୋଗାଣ ଅଧିକାରୀ ନିରଦ ରଞ୍ଜନ ଦାସ, ଜିଲ୍ଲା କୃଷି ଅଧିକାରୀ ଧୀରେନ୍ଦ୍ର ସିଂ ବରିହା, ସମ୍ପାଦକ ନିୟନ୍ତ୍ରିତ ବଜ଼ାର କମିଟି, ଜିଲ୍ଳା ସମବାୟ ଉପନିବନ୍ଧକ ସୁବର୍ଣ୍ଣପୁର, ଜିଲ୍ଲା ଚାଷୀ ସଂଗଠନ କର୍ମକର୍ତ୍ତା, ଜିଲ୍ଲା ମିଲର୍ସ ପ୍ରତିନିଧି, କମିଟି ସଦସ୍ୟ ସଦସ୍ୟା ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ଅଧିକାରୀ ଅଂଶ ଗ୍ରହଣ କରି ଆଲୋଚନାରେ ଭାଗ ନେଇଥିଲେ l