Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ମେଲାଣି ମହୋତ୍ସବ

ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ମେଲାଣି ମହୋତ୍ସବ ଆୟୋଜିତ ହୋଇଯାଇଛି। ପ୍ରଥମେ ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ର ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ପୁଷ୍ପ ମାଲ୍ୟାର୍ପଣ କରିବା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା l ଉକ୍ତ ଉତ୍ସବରେ ବିଭାଗୀୟ ମୁଖ୍ୟ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ମୁଖ୍ୟବକ୍ତା ଭାବେ ଜି.ଉଦୟଗିରି କଳିଙ୍ଗ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ର ମୁଖ୍ୟ ଅଧ୍ୟାପକ ଡ଼.ନଳିନୀ କୁମାର ପାଣିଗ୍ରାହୀ ଯୋଗ ଦେଇ ଆଦର୍ଶ ଛାତ୍ର ଜୀବନ ସମ୍ପର୍କରେ ଉପସ୍ଥିତ ଅତିଥି ମାନେ ଗୁରୁତ୍ୱାରୋପ କରିଥିଲେ। ବିଭାଗର ଛାତ୍ର ଛାତ୍ରୀ ମାନେ ପ୍ରାରମ୍ଭିକ ଓ ଉଦଯାପନୀ ସଙ୍ଗୀତ ଗାନ କରିଥିଲେ l + ୩ ଅନ୍ତିମ ବର୍ଷ ଛାତ୍ର ଛାତ୍ରୀଙ୍କୁ +୩ ଦ୍ଵିତୀୟ ଓ ପ୍ରଥମ ବାର୍ଷିକ ଛାତ୍ରଛାତ୍ରୀ ମାନେ ମେଲାଣି ଜଣାଇଥିଲେ । ଶେଷରେ ଶ୍ରୀ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ l