Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା କୁଡୋ ଆସୋସିଏସନ :କୁଡୋ ଖେଳକୁ ରାଜ୍ୟସ୍ତରୀୟ ମାନ୍ୟତା ଦେବାକୁ କଲେ ଅନୁରୋଧ

ଭୁବନେଶ୍ୱର:ଆଜି ଲୋକସେବା ଭବନରେ ଓଡ଼ିଶା କୁଡୋ ଆସୋସିଏସନର ସଦସ୍ୟ, କୋଚ ଓ ଖେଳାଳୀଙ୍କ ସମେତ ୭୦ ଜଣ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
ସୂଚନାଯୋଗ୍ୟ ଯେ, କୁଡୋ ଏକ ପ୍ରକାର ମିଶ୍ରିତ ସାମରିକ କଳା, ଯାହା ଜୁଡୋ, କରାଟେ, ଏବଂ ତାଇକୱାଣ୍ଡୋ ଖେଳର ସମାହାର। ଏହି ଖେଳ ଭାରତର ବିଭିନ୍ନ ରାଜ୍ୟ ସମେତ ବିଦେଶରେ ମଧ୍ୟ ଅନେକ ପ୍ରସିଦ୍ଧି ଲାଭ କରିଛି।
ଓଡ଼ିଶାର ମଧ୍ୟ ଅନେକ ଜିଲ୍ଲାରେ ଏହି ଖେଳ ପାଇଁ ତାଲିମ୍ ଦିଆଯାଉଛି। ଏଣୁ ରାଜ୍ୟରେ ଏହି କୁଡୋ ଖେଳର ପ୍ରସାର ଓ ଏହି ଖେଳକୁ ମାନ୍ୟତା ଦେବା ପାଇଁ ଏହି ଆସୋସିଏସନ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଥିଲେ।
ମୁଖ୍ୟମନ୍ତ୍ରୀ ଖେଳାଳୀଙ୍କ ସହ କଥା ହୋଇ ସେମାନଙ୍କୁ ଅଭ୍ୟାସ ଜାରି ରଖିବାପାଇଁ କହିଥିଲେ ଏବଂ ଏହି କ୍ରୀଡ଼ାକୁ ରାଜ୍ୟସ୍ତରୀୟ ମାନ୍ୟତା ଦେବାପାଇଁ ବିଚାର କରାଯିବ ବୋଲି ସେ କହିଥିଲେ।
କୁଡୋ ଖେଳାଳୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜସ୍ବ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ସମେତ କୁଡୋ ଆସୋସିଏସନ ଅଫ ଓଡ଼ିଶାର ମୁଖ୍ୟ କୋଚ ଶ୍ରୀ ନିତାଇ ଶଙ୍କର ଗୁଇଁ ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories