Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ

ପାରଳାଖେମୁଣ୍ଡି:୧୦/୫(ଗରୁଡ ଧ୍ୱଜ ଚୌଧୁରୀ)
ଗଜପତି ଜିଲ୍ଲା ସଦର ମହକୁମା ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ ହୋଇଯାଇଛି l ଉକ୍ତ ଦିବସରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ, ଶ୍ରୀ ଶଙ୍କର କେରକେଟା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି,ଡ଼. ମାୟାଧର ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ଗଜପତି,ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ, ବିଭିନ୍ନ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା,ପ୍ରମୁଖ ଯୋଗଦେଇ ବିଶ୍ୱ ରେଡ କ୍ରସ୍ ଦିବସ ଉପରେ ଆଲୋଚନା କରିଥିଲେ। ପ୍ରତିବର୍ଷ ପରି ମେ ୮ ତାରିଖରେ ପାଳନ କରାଯାଉଥିବା ବିଶ୍ୱ ରେଡ କ୍ରସ୍ ଦିବସ ପାଳିତ ହେଉଛି। ଆଜି ଆମେ ସମସ୍ତେ ଏକତ୍ରିତ ହୋଇ ଜେନ୍ ହେନରୀ ଡୁନଣ୍ଟଙ୍କ ପାଇଁ ସେ କେତେ ଯେ ମହାନ, କଳ୍ପନା କରିହେବନାହିଁ l ମାନବିକତା ଜୀବନ ଉପରେ ଚିନ୍ତା କରୁଥିଲେ, ଲୋକଙ୍କ ସାହାଯ୍ୟ ଓ ସହଯୋଗ ସମଗ୍ର ବିଶ୍ୱରେ ସବୁ ପ୍ରକାର ଲୋକଙ୍କୁ ଜଡିତ ହୋଇ ରହୁଥିଲେ l ବିଶ୍ୱ ଶାନ୍ତି ପାଇଁ ରେଡକ୍ରସ କାମ କରି ଆସୁଛି ବୋଲି ସମସ୍ତ ଅତିଥି ମାନେ କହିଥିଲେ l ଜିଲ୍ଲାପାଳ କହିଥିଲେ ଯେ ପୃଥିବୀର କୋଣ ଅଣୁକୋଣରେ ରେଡକ୍ରସ କାମ କରୁଛି ଏବଂ ଜଣେ ଜଣକୁ ପ୍ରତି ଆଦର ଓ ସାହାଯ୍ୟ କରିବାର ମନବୃତ୍ତି ରହିବା ଉଚିତ୍। ଅସୁବିଧା ଲୋକମାନଙ୍କୁ ଆମେ ସାହାଯ୍ୟ କରିବା ଉଚିତ୍, ସମସ୍ତେ ଏକତା ହୋଇ କାମ କଲେ ଆମେ ବହୁତ ଲୋକଙ୍କୁ ସାହାଯ୍ୟ କରିବା ସହ ବହୁତ ଜଣଙ୍କ ଜୀବନ ବଞ୍ଚେଇ ପାରିବା ବୋଲି କହିଥିଲେ l ଏହି ଦିବସ ଅବସରରେ ସକାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଏକ ରେଡ୍ କ୍ରସ୍ ପଦଯାତ୍ରା ବାହାରି ସହର ପରିକ୍ରମା କରାଯାଇଥିଲା। ଏଥିରେ ବିଭିନ୍ନ ଶିକ୍ଷା ଅନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ ପ୍ରମୁଖ ସାମିଲ ହୋଇଥିଲେ,ଏହି ପଦ ଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମାଝୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ପରେ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ରକ୍ତ ଭଣ୍ଡାର ଠାରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା । ସେହିପରି ଜିଲ୍ଲାରେ ରେଡକ୍ରସ୍ ବିଭାଗକୁ ସର୍ବାଧିକ ଆୟ ଯୋଗାଇଥିବା ଅଧିକାରୀ ଓ ବ୍ୟକ୍ତି ବିଶେଷଙ୍କୁ ଓ ୩୨୫ ଜଣ ଲାଇଫ ମେମ୍ବର ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଅଲ୍ଲୀ, ଶ୍ରୀ ସୁରେଶ କୁମାର ପଟ୍ଟନାୟକ, ପ୍ରକଳ୍ପ ନିର୍ଦ୍ଦେଶକ ଜଳ ବିଭାଜିକା ଗଜପତି, ଶ୍ରୀ ପ୍ରସନ୍ନ କୁମାର ଦାସ , ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ଗଜପତି ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ଡେପୁଟି କଲେକ୍ଟର,ଶିକ୍ଷକ ଶିକ୍ଷୟତ୍ରୀ,ସାମ୍ବାଦିକ ଗଣ ସମେତ ସମସ୍ତ ଲାଇଫ ମେମ୍ବର ପ୍ରମୁଖ ଉପସ୍ଥିତ ଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।