ବିନିକା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ


ସୋନପୁର : (ସୌମିତ୍ରି ମେହେର) ଆଜି ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି l ମଙ୍ଗଳବାର ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୩ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୨ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା ପ୍ରଦୀପ କୁମାର ଗୁରୁ, ଉପଜିଲ୍ଲାପାଳ ସୋନପୁର ଶ୍ରୀମତୀ ସୌମ୍ୟାରୁପା ରଥ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ ।