Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ଅପରେସନ୍ ସିନ୍ଧୂର ସଫଳତାର ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ ।

ପାରଳାଖେମୁଣ୍ଡି:୧୫/୫(ଗରୁଡ ଧ୍ୱଜ ଚୌଧୁରୀ)ଭାରତର ବୀର ସୈନିକ ମାନଙ୍କ ସାହସିକ ପଦକ୍ଷେପ ଯୋଗୁଁ ସେମାନଙ୍କୁ ଆହୁରି ଉତ୍ସାହିତ କରିବା ପାଇଁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି କଲେଜ ଛକ, ବଜାର ଛକ, ନୂତନ ବସ ଷ୍ଟାଣ୍ଡ, ଗାନ୍ଧୀ ଛକ, ମହାରାଜ ପେଲେଶ , ମେଡିକାଲ ଛକ,ପରେଷ୍ଟ ଗେଟ୍ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି ରାଲୀକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭାରମ୍ଭ କରିଥିଲେ। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି, ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ।
ଅପରେସନ୍ ସିନ୍ଦୁର” ସଫଳତା ପରିପ୍ରେକ୍ଷୀରେ ଭାରତୀୟ ସଶସ୍ତ୍ର ବାହିନୀର ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇବା ସକାଶେ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ‘ପରାକ୍ରମ ଶୋଭାଯାତ୍ରା’ ରେ ତ୍ରିରଙ୍ଗା ପତାକା ଧ୍ବଜା ଉଡାଇ ଶାନ୍ତିପୂର୍ଣ୍ଣ ଭାବେ ଜନ ସାଧାରଣ ସମ୍ପୂର୍ଣ୍ଣ ସମର୍ଥନ ପୂର୍ବକ ଭାରତୀୟ ବୀର ଜବାନ ମାନଙ୍କୁ ସମ୍ମାନ ଜଣାଇ ସେମାନଙ୍କ ସାହସକୁ ଆହୁରି ସଶକ୍ତ କରିବା ଉଦ୍ଦେଶ୍ୟରେ ସମସ୍ତେ ଏକତ୍ରୀତ ହୋଇ ଭାରତ ମାତାକି-ଜୟ ଧ୍ବନୀରେ ଶୋଭାଯାତ୍ରା ପାରଳାଖେମୁଣ୍ଡି ସହର ପରିକ୍ରମା କରାଯାଇଥିଲା । ଏହି ଶୋଭାଯାତ୍ରାରେ ଶ୍ରୀ ନାରାୟଣ ବେହେରା, ତହସିଲଦାର ପାରଳାଖେମୁଣ୍ଡି, ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ, ନିର୍ବାହୀ ଅଧିକାରୀ ପୌରପରିଷଦ, ପାରଳାଖେମୁଣ୍ଡି, ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ସଂସ୍କୃତି ଅଧିକାରୀ ଗଜପତି, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଶ୍ରୀ ଅରୁଣ କୁମାର ତ୍ରିପାଠୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ,ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର, ଜିଲ୍ଲା କ୍ରୀଡ଼ା ନିରୀକ୍ଷକ ଗଜପତି ସମେତ ଜିଲ୍ଲାର ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ,କର୍ମଚାରୀ,ଛାତ୍ରଛାତ୍ରୀ, ଏନ.ସି.ସି. କ୍ୟାଡେଟ, କ୍ରୀଡାବିତ୍, ପୋଲିସ ବାହିନୀ, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସାଧାରଣ ଯୋଗ ଦେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories