ବୀରମହାରାଜପୁର ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ବୀରମହାରାଜପୁର : (ସୌମିତ୍ରି ମେହେର)
ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି l ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ ନାୟକ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୪ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୬ଗୋଟି ସାମୁହିକ ଦରଖାସ୍ତ ଓ ଗୋଟିଏ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ଏବଂ ଗୋଟିଏ ଜିଲ୍ଲା ରେଡକ୍ରସ ଫଣ୍ଡରୁ ସହାୟତା ନିମନ୍ତେ ପ୍ରଦତ୍ତ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ବୀରମହାରାଜପୁର ରାଜୀବ ହାଁସଦାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେର , ଜିଲ୍ଲା ଜନ ସ୍ୱାସ୍ଥ୍ୟଧିକାରୀ ଡା. ପ୍ରଦୀପ କୁମାର ଗୁରୁଙ୍କ ସମେତ ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା , ଉପାଧ୍ୟକ୍ଷ ନାରାୟଣ ଲୁହା , ତହସିଲଦାର ବୀରମହାରାଜପୁର , ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ , ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।