Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜୁଲାଇ ୧ରୁ ମାଟ୍ରିକ ସପ୍ଲିମେଣ୍ଟାରୀ, ୧୦ ତାରିଖ ଯାଏ ଚାଲିବ ପରୀକ୍ଷା

ଜୁଲାଇ ୧ରୁ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ମଙ୍ଗଳବାର ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଜୁଲାଇ ୧ରୁ ୧୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହେବ। ସକାଳ ସାଢ଼େ ୯ରୁ ପରୀକ୍ଷା ଆରମ୍ଭ ହୋଇ ସାଢ଼େ ୧୧ରେ ପରୀକ୍ଷା। ତେବେ କେବଳ ପରୀକ୍ଷା ପାଇଁ ସମୟ ସାଢ଼େ ୯ରୁ ୧୧ଟା ୪୫ ରଖାଯାଇଛି।

ସୂଚନାଥାଉକି, ମେ ୨ ତାରିଖରେ ପ୍ରକାଶ ପାଇଥିଲା ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ଫଳାଫଳ।ଚଳିତ ବର୍ଷ ୨ ଲକ୍ଷ ୪୦ ହଜାର ୨୫୧ ଛାତ୍ର ପାସ୍ କରିଥିବା ବେଳେ ୨ ଲକ୍ଷ ୪୪ ହଜାର ୬୧୨ ଛାତ୍ରୀ ପାସ୍ କରିଛନ୍ତି । ପୁଅଙ୍କ ପାସ୍ହାର ୯୪% ଓ ଝିଅଙ୍କ ପାସ୍ହାର ୯୬% ରହିଛି । ଗଜପତି ଜିଲ୍ଲାରେ ସର୍ବାଧିକ ପାସ୍ ହାର ୯୯.୩୫% ରହିଛି । ସେହିଭଳି କୋରାପୁଟରେ ସର୍ବନିମ୍ନ ପାସ୍ ହାର ୯୨.୮୩% ରହିଛି । ୩୨୭୩ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ