Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରଥଯାତ୍ରାରେ ସାମିଲ ହେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ବର: ଚଳିତ ରଥଯାତ୍ରାରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି। ନୀତି ଆୟୋଗଙ୍କ ବୈଠକ ଅବସରରେ ସମସ୍ତଙ୍କୁ ରଥଯାତ୍ରାରେ ପୁରୀ ଆସବାକୁ ବିନମ୍ର ଅନୁରୋଧ କରାଯାଇଛି।

ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମସ୍ତ କେନ୍ଦ୍ରମନ୍ତ୍ରୀଙ୍କ ସହ ଏନ୍‌ଡିଏ ଶାସିତ ରାଜ୍ୟ ଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କୁ ଘୋଷଯାତ୍ରାରେ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିମନ୍ତ୍ରଣ କରାଯାଇଛି ।ଦିଲ୍ଲୀରୁ ଫେରି ଏହି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ତେବେ ଆସନ୍ତା ମାସରେ ଓଡ଼ିଶାରେ ବିଜେପି ସରକାରଙ୍କ ଏକ ବର୍ଷ ପୂରଣ ହେବାକୁ ଯାଉଛି । ଏହି ବର୍ଷ ପୂର୍ତ୍ତି ଅବସରରେ ମଧ୍ୟ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତେବେ ଚଳିତ ବର୍ଷ ଜୁନ୍ ୨୭ ତାରିଖରେ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ହେବ । ଏଥିପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ