Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ଅର୍ଥାତ୍ ଜ୍ୟେଷ୍ଠ ଶୁକ୍ଳ ପ୍ରତିପଦ ତିଥିରେ ଶ୍ରୀଜିଉଙ୍କୁ ଲାଗି ହେବ ବନକ ଲାଗି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବା ପରେ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ଆପାତତଃ ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଦତ୍ତ ମହାପାତ୍ର ସେବକମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମାପନ କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ