Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସରକାରୀ ଚାକିରି ପାଇଁ ଆବେଦନର ବୟସ ସୀମା ୪୨କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ବୁଧବାର ମୋହନ ମାଝୀଙ୍କ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ବୈଠକରେ ସରକାରୀ ଚାକିରି ପାଇଁ ଆବେଦନ କରିବାର ବୟସ ସୀମା ୩୨ରୁ ୪୨କୁ ବୃଦ୍ଧି କରାଯାଇଛି। ସରକାରଙ୍କ ନିୟମାବଳୀରେ ଥିବା ବ୍ୟବସ୍ଥା ଅନୁଯାୟୀ ସରକାରୀ ପଦପଦବୀ ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ପୂର୍ବରୁ ୩୨ ବର୍ଷ ରହିଥିଲା।

ତେବେ ସରକାରୀ ଚାକିରିରେ ପ୍ରବେଶ ପାଇଁ ବୟସ ସୀମା ଓଡ଼ିଶା ସିଭିଲ ସର୍ଭିସ ନିୟମ, ୧୯୮୯ ଅନୁଯାୟୀ ନିୟନ୍ତ୍ରିତ ହୁଏ। ଏହି ନିୟମର ଧାରା ୨ ଅନୁସାରେ, ସରକାରୀ ଚାକିରିରେ ପ୍ରବେଶ ପାଇଁ ବୟସ ସୀମା ୩୨ ବର୍ଷ ଥିଲା। ଯେଉଁଥିରେ ସଂଶୋଧନ କରାଯାଇଛି। ତେବେ ସର୍ବୋଚ୍ଚ ବୟସସୀମା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ, ମହିଳା, ଅବସରପ୍ରାପ୍ତ ସେନା ଅଧିକାରୀ ଏବଂ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ କ୍ଷେତ୍ରରେ ସରକାରଙ୍କ ଦ୍ବାରା ବିଭିନ୍ନ ସମୟରେ ଲାଗୁ ହେଉଥିବା ନିୟମାବଳୀ ଅନୁସାରେ କୋହଳ ହେବ ବୋଲି ମୁଖ୍ୟ ସଚିବ କହିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ