ପାରଳାଖେମୁଣ୍ଡି:୩୦/୫(ଗରୁଡ଼ ଧ୍ଵଜ ଚୌଧୁରୀ)ଗୃହରକ୍ଷୀ ଚାକିରି ପାଇଁ ଶାରୀରିକ ପରୀକ୍ଷା ସମୟରେ ଦୁଇଜଣ ଯୁବକଙ୍କ ପ୍ରାଣବାୟୁ ଉଡ଼ିଯାଇଛି। ଏ ନେଇ ସମଗ୍ର ଜିଲ୍ଲାରେ ଉଦବେଗ ପ୍ରକାଶ ପାଇବା ସହ ଶୋକ ପ୍ରକାଶ ପାଇଛି. ଆଜି ସକାଳ ସମୟରେ ଏହି ୨ ଜଣଙ୍କ ମୃତ୍ୟୁ ଉଦ୍ଧେଶ୍ୟରେ ପାରଳା ସହରରେ ବାଇକ ରାଲିର ଆୟୋଜିତ ହୋଇଥିଲା. ଘଟଣାରୁ ପ୍ରକାଶ, ଗତକାଲି ଗୁରୁବାର ଗଜପତି ଜିଲ୍ଲା ପୁଲିସ ମୁଖ୍ୟାଳୟରେ ଚାଲିଥିବା ଦୌଡ ପରୀକ୍ଷାରେ ୨ କିମି ଦୌଡ଼ ପ୍ରତିଯୋଗିତା ବେଳେ ୬ ଜଣ ଅସୁସ୍ଥ ହୋଇ ପଡ଼ିଥିଲେ | ସେମାନଙ୍କ ମଧ୍ୟରୁ ୨ ଜଣ ପରୀକ୍ଷାର୍ଥୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ ଜଣ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ମୃତ ଦୁଇ ଯୁବକ ହେଲେ ଗଜପତି ଜିଲ୍ଲା ରାମଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମର ସୁଲନ୍ତ ମିଶାଲ (୨୭) ଓ ନାରାୟଣପୁର ଗ୍ରାମର ଦୀପକ ପଡ଼ାଲ (୨୮)। ଅସୁସ୍ଥଙ୍କ ମଧ୍ୟରେ ଘୁରୁଣି ଗ୍ରାମର ସଞ୍ଜୟ ଶବର, ବାଲକ୍ରିଷ୍ଣା ଲିମା, ଅପ୍ରୀତିକର ଲିମା ଓ ପି.ଶଙ୍କର ଅଛନ୍ତି । ଏହି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଜଣକ ପିଛା ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଗଜପତି ଜିଲ୍ଲା ନିମନ୍ତେ ୧୪୪ଟି ଗୃହରକ୍ଷୀ ପଦବି ପାଇଁ ମନୋନୟନ ପ୍ରକ୍ରିୟା ଜାରି ରହିଛି। ପର୍ଯ୍ୟାୟ କ୍ରମେ ଯୋଗ୍ୟତା ଅର୍ଜନ କରିଥିବା ପ୍ରାର୍ଥୀଙ୍କ ଶାରୀରିକ ଯୋଗ୍ୟତା ଓ ଚୟନ ପାଇଁ ଗତକାଲି ୨ କିଲୋମିଟର ଦୌଡ଼ ପ୍ରତିଯୋଗିତା ରହିଥିଲା। ସକାଳ ପ୍ରାୟ ୬ଟା ସମୟରେ ପାରଳାଖେମୁଣ୍ଡି ସହର ଉପକଣ୍ଠ ରାଣୀପେଣ୍ଠସ୍ଥିତ ଏସ୍ପି ଅଫିସ୍ଠାରୁ ପଦ୍ମପୁର ପର୍ଯ୍ୟନ୍ତ ୨ କିଲୋମିଟର ଦୌଡ଼ ପରୀକ୍ଷା ଆରମ୍ଭ ହୋଇଥିଲା। ଏଥିରେ ୧୨ଶହରୁ ଊର୍ଦ୍ଧ୍ବ ପୁରୁଷ ଓ ମହିଳା ପ୍ରାର୍ଥୀ ଅଂଶଗ୍ରହଣ କରିଥିଲେ । ପ୍ରଥମ ବ୍ୟାଚ୍ରେ ୨ କିଲୋମିଟର ରାସ୍ତାକୁ ୧୦ ମିନିଟ୍ ମଧ୍ୟରେ ଅତିକ୍ରମ କରି ଯୋଗ୍ୟତା ହାସଲ କରିଥିଲେ ସୁଲନ୍ତା ହେଲେ ଦ୍ବିତୀୟ ପର୍ଯ୍ୟାୟକୁ ଯିବା ସମୟରେ ଘଟିଥିଲା ଅଘଟଣ | ହୃଦ୍ଦ୍ଵନ୍ଦନ ବଢ଼ିଯିବା କାରଣରୁ ହଠାତ୍ ସେ ଅସୁସ୍ଥ ହୋଇ ପଡ଼ିଥିଲେ ତାଙ୍କ ସହିତ ଜଣେ ପରେ ଜଣେ ଦୌଡ଼ୁଥିବା ଏଭଳି ୬ ଜଣ ଅସୁସ୍ଥ ହୋଇ ଟ୍ରାକ୍ ଉପରେ ଖସି ପଡ଼ିଥିଲେ | ଯୋଗ୍ୟତା ପରୀକ୍ଷାରେ ଉପସ୍ଥିତ ଥିବା ଡାକ୍ତର ସୁଲନ୍ତଙ୍କ ସ୍ବାସ୍ଥ୍ୟବସ୍ଥା ଦେଖି ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ । ସେଠାରେ ଡାକ୍ତର ସୁଲନ୍ତଙ୍କୁ ମୃତ ଘୋଷଣା କରିଥିଲେ । ସେହିପରି ଗୁରୁତର ଅସୁସ୍ଥ ହୋଇଥିବା ଦୀପକ ପଡ଼ାଲଙ୍କୁ ପ୍ରଥମେ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସେଠାରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତାଙ୍କର ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ସନ୍ଧ୍ୟାରେ ମୃତ୍ୟୁ ହୋଇ ଯାଇଥିଲା. ଅନ୍ୟ ଯେଉଁ ୪ ଜଣ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର ସୂଚନା ଦେଇଛନ୍ତ
ଗଜପତିରେ ଉଦବେଗ : ଗୃହରକ୍ଷୀ ଦୌଡ ପରୀକ୍ଷା ବେଳେ ୨ ମୃତ, ମୁଖ୍ୟମନ୍ତ୍ରୀଙ୍କ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା
