ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିଣୀ ମିଶ୍ର ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ


ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନି ମିଶ୍ର ଚାକିରୀରୁ ଅବସର ଗ୍ରହଣ କରିଛନ୍ତି । ଶିକ୍ଷକ ମନୋଜ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଅବସରପ୍ରାପ୍ତ ଶିକ୍ଷକ ଭୂଷଣ କୁମାର ପାତ୍ର ମୁଖ୍ୟ ଅତିଥି ଓ ଆଦିତ୍ୟ ପତି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ନୃସିଂହ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷୟିତ୍ରୀ ସସ୍ମିତା ପୁରୋହିତ ଓ ସସ୍ମିତା ପୂଜାରୀ ଏଥିରେ ସହଯୋଗ କରିଥିଲେ । ଉଫୁଲା କ୍ଳଷ୍ଟରର ବିଭିନ୍ନ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ଏଥିରେ ଯୋଗ ଦେଇଥିଲେ ।