Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଢିଲା ଓମଫେଡ ଦାମ, ଜାଣନ୍ତୁ କେତେ…

ଭୁବନେଶ୍ୱର: ୧ ଜୁନ ୨୦୨୫ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ ବୋଲି ଘୋଷଣା କରିବା ସହିତ ଓମଫେଡ ଚାଷୀ ମାନଙ୍କୁ ୧ ଲକ୍ଷ ଟଙ୍କା ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ। ଏହି ଅବସରରେ ଓମଫେଡ୍‌ ବାଲ୍ଟି ଦହି, ଏ-2 ମିଲ୍କ, ଏ-2 ଘିଅର ଶୁଭ ଉଦ୍ଘାଟନ ହୋଇଥିଲା। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଅନ୍ତର୍ଗତ ଗୋପାଳନ, ମଇଁଷି ଉଦ୍ୟୋଗ ବିକାଶ, ମାଈ ବାଛୁରୀ ପାଳନ, ଗୋମହିଷାଦିଙ୍କ ବୀମାକରଣ, ଗୋପାଳକଙ୍କ ଆୟବୃଦ୍ଧି ନିମନ୍ତେ ନଗଦ ପ୍ରୋତ୍ସାହନ ଏବଂ ଘାସଚାଷ ପାଇଁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।

ଆଜିଠାରୁ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ। ଖାଉଟିମାନଙ୍କ ପାଇଁ ବୃଦ୍ଧି ହେବାକୁ ଥିବା ଲିଟର ପ୍ରତି ୪ ଟଙ୍କାରୁ ୨ ଟଙ୍କା ସରକାର ବହନ କରିବେ। ଏହାଦ୍ଵାରା ରାଜ୍ୟର ପ୍ରାୟ ୨.୫ ଲକ୍ଷ ଗୋପାଳକ ସିଧାସଳଖ ଲାଭବାନ ହୋଇପାରିବେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ