Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମାନେଶ୍ୱର ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି

ସମ୍ବଲପୁର:ମାନେଶ୍ୱର ବ୍ଲକ କାର୍ଯ୍ୟାଳୟ ଠାରେ ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳିରାମ୍ ବୋନ୍ଦର(ଭା.ପ୍ର.ସେ) ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି |ଉକ୍ତ ଅଭିଯୋଗ ଶୁଣାଣୀ ଠାରେ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ମୋଟ ୧୩ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୧୧ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୦୨ ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା ।ଉକ୍ତ ଅଭିଯୋଗ ଶୁଣାଣୀ ଠାରେ ଗୋଟିଏ ଅଭିଯୋଗ ର ସମାଧାନ କରାଯାଇଥିଲା। ଏହି ଅବସରରେ ତମାଖୁ ନିଷେଧ ଉପଲକ୍ଷେ ଲୋକ ଙ୍କୁ ସଚେତନ କରାଇବା ପାଇଁ ଜିଲ୍ଲାପାଳ ଏକ ସଚେତନତା ରଥ କୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ