ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ


ପାରଳାଖେମୁଣ୍ଡି:୯/୬(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଡ଼ାବରାଗୁଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଡ଼ାବରାଗୁଡା ଗ୍ରାମ ପଞ୍ଚାୟତ ସମେତ ଚେଳାଗଡ, ମହେନ୍ଦ୍ରଗଡ ଓ ଛେଳିଗଡ଼ ପଞ୍ଚାୟତର ସମୁଦାୟ ମୋଟ- ୫୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୦୮ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୪୬ ଗୋଟି ଅଭିଯୋଗ ଆସିଥିଲା,ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଅଭିଯୋଗ ଶୁଣାଣିରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଜଣକୁ ହ୍ୱିଲଚେୟାର ବଣ୍ଟନ କରାଯାଇଥିଲା। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଜନ ଅଭିଯୋଗ ଶୁଣାଣୀ ସମୟରେ ଆର.ଉଦୟଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରୀମନ ଖର୍ସେଲ, ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସୋନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।