Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରଜରେ କେମିତି ରହିବ ପାଣିପାଗ? ଜାଣନ୍ତୁ

ଆସନ୍ତା ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକାଳ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ଅର୍ଥାତ୍ ୧୦ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଏବଂ ଅନୁଗୁଳ । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ (୫୦-୬୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ (୪୦-୫୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିଭଳି ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ରାୟଗଡ଼ା, ଦେବଗଡ଼ ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ (୫୦-୬୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁନ୍ ୧୧ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ବୌଦ୍ଧ, ରାୟଗଡ଼ା, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ (୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁନ୍ ୧୨ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି, ମୟୂରଭଞ୍ଜ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ସୋନପୁର, କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ବୌଦ୍ଧ, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର ଏବଂ ବଲାଙ୍ଗୀର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ (୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଜୁନ୍ ୧୩ ତାରିଖରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ଏବଂ ରାୟଗଡ଼ା ଭଳି ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ (୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁନ୍ ୧୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ା ଭଳି ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ (୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ଜୁନ୍ ୧୫ ଓ ୧୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, କଟକ ଏବଂ ନୟାଗଡ଼ ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ