Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦେବସ୍ନାନ ପୂର୍ଣ୍ଣିମା ଲାଗି ଚଳଚଞ୍ଚଳ ଶ୍ରୀକ୍ଷେତ୍ର

Oplus_16908288

ପୁରୀ: ଦେବସ୍ନାନ ପୂର୍ଣ୍ଣିମା ଲାଗି ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଧାଡ଼ି ପହଣ୍ଡିରେ ବିଜେ ହେଉଛନ୍ତି ଶ୍ରୀ ଜଗନ୍ନାଥ। ଶ୍ରୀମନ୍ଦିର ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ।

ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ ଦେବେ।ସେପଟେ ସ୍ନାନ ପରେ ଜ୍ବରରେ ପୀଡିତ ହେବେ ଶ୍ରୀଜିଉ । ୧୫ ଦିନ ଅଣସର ଘରେ ଚାଲିବ ମହାପ୍ରଭୁଙ୍କ ଉପଚାର। ଯାହାପରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ।

ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ବ୍ୟବସ୍ଥା କରାଯାଇଛି। ଭିଡ଼କୁ ଦୃଷ୍ଟିରେ ରଖି ଚଳିତବର୍ଷ ଦେବସ୍ନାନ ପୂର୍ଣ୍ଣିମାକୁ ସୁରୁଖୁରୁରେ ପରିଚାଳନା କରିବା ଲାଗି ୭୦ପ୍ଲାଟୁନ୍ ପୁଲିସ ଫୋର୍ସ ନିୟୋଜିତ କରାଯିବ। ଜୁନ୍‌ ୨୭ରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories