Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ବଲାଙ୍ଗିର ଜିଲ୍ଲା ଗସ୍ତ: ସରକାରଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଓ କୃଷକ ଶକ୍ତି ସମାବେଶର କଲେ ସମୀକ୍ଷା

ସମ୍ବଲପୁର: ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ସଚିନ ରାମଚନ୍ଦ୍ର ଯାଧବ ଗୁରୁବାର ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ସରକାରଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଓ କୃଷକ ଶକ୍ତି ସମାବେଶ ସମୀକ୍ଷା କରିଛନ୍ତି । ଏହା ପରେ ପଥରଚେପ ପଡିଆ କୁ ଯାଇ କ୍ଷେତ୍ର ପରିଦର୍ଶନ କରିଛନ୍ତି | ଏହି ଅବସରରେ ସେ ସରକାରଙ୍କ ବିଭିନ୍ନ ଜନ ହିତକର ଯୋଜନାର ସୁଫଳ ଲୋକମାନଙ୍କ ପାଖେ ପହଞ୍ଚାଇବା ପାଇଁ ସମସ୍ତ ଅଧିକାରୀ ଙ୍କୁ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି ଉପରେ ଆଲୋଚନା ହୋଇଥିଲା । ପାର୍କିଂ, ସୁରକ୍ଷା, ପ୍ରଚାରପ୍ରସାର, ମେଡ଼ିକାଲ ଟିମ ଆଦି ବାବଦରେ ଆଲୋଚନା ହୋଇଥିଲା। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇଶାଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ, ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ ମହାପାତ୍ର ଓ ଜିଲ୍ଲାସ୍ତରୀୟ ଅନ୍ୟ ଅଧିକାରୀ ବୃନ୍ଦ ଉପସ୍ଥିତ ରହିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ