Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଡୁଡୁକାଠେଙ୍ଗା ପଞ୍ଚାୟତ ରେ ପହଞ୍ଚିଲା ବିକାଶ ବାହାନ ରଥ, ଗାଇଲା ବିକାଶ ର ଗାଥା।

କଳାହାଣ୍ଡି,୧୩/୦୬
ରାଜ୍ୟରେ ବିଜେପି ସରକାର ୧ ବର୍ଷ ଆଜି ପୂରଣ ହୋଇଥିବା ବେଳେ ଏହି ସ୍ମରଣୀୟ ଦିନ କୁ ପାଳନ ପାଇଁ ପ୍ରତି ବ୍ଲକ ଓ ପଞ୍ଚାୟତ ସ୍ତରରେ ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କ ୧ ବର୍ଷ ର ଉପଲବ୍ଧି ଲୋକାଭିମୁଖୀ ଯୋଜନା କୁ ଗାଁ ଗାଁ ରେ ପହଞ୍ଚିବା ପାଇଁ ବିକାଶ ବାହାନ ରଥ ର ଶୁଭାରମ୍ଭ ହୋଇଛି। କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତ ରେ ଶୁକ୍ରବାର ଏହି ରଥ ପହଞ୍ଚିଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ହରିପ୍ରିୟା ନାଗ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ ବିଧାୟକ ପ୍ରତିନିଧି ତ୍ରିନାଥ ଶବର, ମୁଖ୍ୟ ବକ୍ତା ଭାବେ ଆମପାଣି ମଣ୍ଡଳ ସଭାପତି ମଧୁବନ ପାତ୍ର,ସମିତି ସଭ୍ୟା ପାର୍ବତୀ ବାଗ, ସମାଜସେବି ବନମାଳୀ ବାଗ ନାଏବ ସରପଞ୍ଚ ଖଗେଶ୍ୱର ବାଣୁଆ ମଞ୍ଚ ରେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଉପରେ ମତ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମ କୁ ପଞ୍ଚାୟତ ର ପିଇଓ ଅନ୍ୟ କର୍ମଚାରୀ ସମେତ ମିଶନ ଶକ୍ତି ଅଧିନସ୍ମ ମହିଳା କର୍ମଚାରୀ ଓ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ