Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ପେଟ ଜନିତ ସମସ୍ୟା ଯୋଗୁଁ ତାଙ୍କୁ ରବିବାର ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗର ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି। ତାଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି।

ସେହିପରି ଜୁନ୍ ୭ ତାରିଖରେ ସେ ନିୟମିତ ଯାଞ୍ଚ ପାଇଁ ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ମଧ୍ୟ ଯାଇଥିଲେ। ପୂର୍ବରୁ ଫେବୃଆରୀ ୨୦୨୫ରେ ପେଟ ସମସ୍ୟା ଯୋଗୁଁ ତାଙ୍କୁ ସାର୍ ଗଙ୍ଗାରାମ ହସ୍ପିଟାଲରେ ମଧ୍ୟ ଭର୍ତ୍ତି କରାଯାଇଥିଲା। ତାଙ୍କ ବୟସ (୭୮ ବର୍ଷ)କୁ ଦୃଷ୍ଟିରେ ରଖି ସେ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ସମୟ ସମୟରେ ହସ୍ପିଟାଲକୁ ଯାଆନ୍ତି ବୋଲି କୁହାଯାଉଛି।

ସୂଚନା ଅନୁସାରେ, ୨୦୨୩ ମସିହାରେ ସୋନିଆ ଗାନ୍ଧୀଙ୍କୁ ନିଶ୍ୱାସ ନେବାରେ କଷ୍ଟ ହେବା ଯୋଗୁଁ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେହି ସମୟରେ ଡାକ୍ତରଙ୍କ ଅନୁସାରେ ତାଙ୍କର ଶ୍ୱାସକ୍ରିୟା ଭାଇରାଲ୍ ସଂକ୍ରମଣ ହୋଇଥିଲା। ଯାହାର ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ଥରେ ଖରାପ ହୋଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ