ପାରଳାଖେମଣ୍ଡି’୧୬/୬(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଧାଣ୍ଡିମ୍ବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଧାଣ୍ଡିମ୍ବା ଗ୍ରାମ ପଞ୍ଚାୟତ ସମେତ ଚନ୍ଦ୍ରଗିରି , ବାଘମାରି ଓ ମନିକାପୁର ପଞ୍ଚାୟତର ସମୁଦାୟ ମୋଟ-୪୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୩ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୩୦ ଗୋଟି ଅଭିଯୋଗ ଆସିଥିଲା , ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାର ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୋହନା ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଜୀବ ଶବର,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ, ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସୋନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
ମୋହନା ବ୍ଲକ ଧାଣ୍ଡିମ୍ବା ଗ୍ରାମ ପଞ୍ଚାୟତର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
