Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୫୫ ବର୍ଷରେ ରାହୁଲ ଗାନ୍ଧୀ; ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ୫୫ ବର୍ଷ ବୟସରେ ପାଦ ଦେଇଛନ୍ତି। ତାଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ, ରାଜନାଥ ସିଂହଙ୍କ ସମେତ ଅନେକ ବରିଷ୍ଠ କଂଗ୍ରେସ ନେତା ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

‘ଏକ୍ସ’ରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇବା ସହିତ ଦୀର୍ଘ ଜୀବନ କାମନା କରିଛନ୍ତି। ପୋଷ୍ଟ ଲେଖିଛନ୍ତି ଯେ, ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା … ଭଗବାନ ତାଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନ ପ୍ରଦାନ କରନ୍ତୁ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟତୀତ ଅନେକ କଂଗ୍ରେସ ନେତା ମଧ୍ୟ ରାହୁଲ ଗାନ୍ଧୀଙ୍କୁ ତାଙ୍କ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ‘ଏକ୍ସ’ ରେ ରାହୁଲ ଗାନ୍ଧୀଙ୍କୁ ତାଙ୍କ ଜନ୍ମଦିନରେ ଅଭିନନ୍ଦନ ଜଣାଇବା ସହିତ ଲେଖିଛନ୍ତି – ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ସମ୍ବିଧାନର ମୂଲ୍ୟବୋଧ ପ୍ରତି ଆପଣଙ୍କର ଅତୁଳନୀୟ ସମର୍ପଣ ଏବଂ ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ସାମାଜିକ, ରାଜନୈତିକ ଏବଂ ଆର୍ଥିକ ନ୍ୟାୟ ପାଇଁ ଆପଣଙ୍କର ଗଭୀର ଆଗ୍ରହ ଯାହା ଆପଣଙ୍କୁ ଅଲଗା କରେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ