Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଚିକିତ୍ସା ପାଇଁ ମୁମ୍ବାଇ ଅଭିମୁଖେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆଜି ନବୀନ ଭୁବନେଶ୍ବର ବିମାନ ବନ୍ଦରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି।

ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଚଳିତ ମାସ ୨୨ ତାରିଖରେ ମୁମ୍ବାଇ ସ୍ଥିତ କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥରାଇଟିସ୍‌ ସମ୍ବନ୍ଧୀୟ ଚିକିତ୍ସା କରାଇବାକୁ ମୁଁ ମୁମ୍ବାଇ ଯାଉଛି। ମୋର ବ୍ୟକ୍ତିଗତ ଡାକ୍ତର ଡା. ରମାକାନ୍ତ ପଣ୍ଡା ଏହାର ତତ୍ୱାବଧାନ କରୁଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଆଶୀର୍ବାଦ ଏବଂ ମୋର ପ୍ରିୟ ଓଡ଼ିଶାବାସୀଙ୍କ ଶୁଭେଚ୍ଛାକୁ ସାଥିରେ ନେଇ ମୁଁ ମୁମ୍ବାଇ ଯାଉଛି। ଶୀଘ୍ର ସୁସ୍ଥ ହୋଇ ପୁଣିଥରେ ଆପଣମାନଙ୍କ ସେବା ପାଇଁ ଓଡ଼ିଶା ଫେରି ଆସିବି।

ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ନବୀନ ନିବାସ ସମ୍ମୁଖରେ ମହିଳା ବିଜେଡି କର୍ମୀ ଓ ସାଧାରଣ ଲୋକ ପୂଜାର୍ଚ୍ଚନାର ଆୟୋଜନ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ