Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ପାରଳାଖେମୁଣ୍ଡି:୨୧/୬(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ସଦର ମହକୁମା ଗଜପତି ଷ୍ଟାଡିୟମ୍ ଠାରେ ଗଜପତି ଜିଲ୍ଲା ଅବକାରୀ ବିଭାଗ ଓ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି ଆଜିର ଏହି ଯୋଗ ଦିବସରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପରିଷଦ ସଭାପତି ଶ୍ରୀ ଜି.ତିରୁପତି ରାଓ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା, ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଓ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ପ୍ରମୁଖ ମଞ୍ଚାସିନ ଥିଲେ। ଆନ୍ତର୍ଜାତୀୟ ଯୋଗ ଦିବସର ବିଷୟ ବସ୍ତୁ ରହିଥିଲା “ଏକ ପୃଥିବୀ, ଏକ ସ୍ଵାସ୍ଥ୍ୟ ” ପାଇଁ ଯୋଗ ନିୟମିତ ଯୋଗ କରନ୍ତୁ, ସୁସ୍ଥ ରହନ୍ତୁ । ଏହି ବିଷୟ ଉପରେ ଜିଲ୍ଲାପାଳ ଅବଗତ କରାଇ ଥିଲେ ଯେ ଯୋଗ କରିବା ଦ୍ୱାରା- ଶାରୀରିକ, ମାନସିକ ଓ ଆଧ୍ୟାତ୍ମିକ ଅଭ୍ୟାସ କରାଇବାରେ ଅନେକ ସାହାର୍ଯ୍ୟ କରେ , ଯୋଗ ଅଭ୍ୟାସ ପରେ ସମସ୍ତଙ୍କୁ ଦୈନିକ ଯୋଗ କରାଇବା ନିମନ୍ତେ ଶପଥ ପାଠ କରାଇ ସମସ୍ତଙ୍କୁ ଦିଗ ଦର୍ଶନ ଦେଇଥିଲେ ଅନ୍ୟ ଅତିଥି ଗଣ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଯୋଗ ଦିବସର ତାତ୍ପର୍ଯ୍ୟ ଏବଂ ଏହାର ଆବଶ୍ୟକତା କିଭଳି ଅପରିହାର୍ଯ୍ୟ ତାହା ନିଜ ବକ୍ତବ୍ୟରେ ଅବଗତ କରାଇ ପ୍ରତ୍ୟେକ ଦିନ ଯୋଗ ଅଭ୍ୟାସ କରିବାକୁ କହିଥିଲେ l ଏହି ଯୋଗ ଦିବସରେ ସମସ୍ତ ଅତିଥି ମାନଙ୍କ ଗହଣରେ ସ୍ଥାନୀୟ ଜନ ସାଧାରଣ, ଲୋକ ପ୍ରତିନିଧି, ପ୍ରଶାସନିକ ଅଧିକାରୀଙ୍କୁ ଯୋଗ ପ୍ରଶିକ୍ଷକ ପ୍ରମୁଖ ଯୋଗ ଦାନ କରି ଯୋଗ ଶିକ୍ଷା ପ୍ରଦାନ କରିଥିଲେ ସେହିପରି ଗଜପତି ଜିଲ୍ଲାର ସମସ୍ତ ବ୍ଲକ ଓ ସହରାଞ୍ଚଳ ଗୁଡ଼ିକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି ଏହି କାର୍ଯ୍ୟ କ୍ରମରେ ଅବକାରୀ ଅଧୀକ୍ଷକ ଶ୍ରୀ ପ୍ରଦୀପ କୁମାର ସାହୁ, ବାରପ୍ରାପ୍ତ କ୍ରୀଡ଼ା ଅଧିକାରୀ ତଥା ଡେପୁଟି କଲେକ୍ଟର ଶ୍ରୀ ଲାବେନ୍ଦୁ ମୋହନ୍ତି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୋସାଣୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ,ତହସିଲଦାର ଶ୍ରୀ ନାରାୟଣ ବେହେରା,ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ସମେତ ଲୋକ ପ୍ରତିନିଧି, କ୍ରୀଡ଼ାବିତ, ସାମ୍ବାଦିକ ଓ ସ୍ଥାନୀୟ ଜନ ସାଧାରଣ ଏଥିରେ ଅଂଶ ଗ୍ରହଣ କରିଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

*ଦ୍ୱିତୀୟ ଦିବସରେ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତା ଅନୁଷ୍ଠିତ* ପାରଳାଖେମୁଣ୍ଡି,ତା.୧୧.୧୧.୨୦୨୬ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍‌ ସ୍ଥିତ ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଭଲିବଲ୍ ପ୍ରତିଯୋଗିତା (୨୦୨୬-୨୭) ଦ୍ୱିତୀୟ ଦିବସରେ ଉତ୍ସାହ ସହ ଅନୁଷ୍ଠିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଓଡ଼ିଶାର ୩୦ଟି ଜିଲ୍ଲାରୁ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର କ୍ରୀଡ଼ା ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରୁଛନ୍ତି। ପ୍ରତିଯୋଗିତାର ସୁପରିଚାଳନା ପାଇଁ ମୋଟ ୫ଟି ଖେଳ ପଡ଼ିଆ ବା କୋର୍ଟର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କୋର୍ଟରେ ପ୍ରାୟ ୧୨ରୁ ୧୫ଟି ମ୍ୟାଚ୍ ଅନୁଷ୍ଠିତ ହୋଇଥିବାବେଳେ ସମସ୍ତ ଖେଳାଳି ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରି ଦର୍ଶକଙ୍କ ମନ ଜିଣିଥିଲେ। ଦ୍ୱିତୀୟ ଦିବସର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲ୍‌ଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ମାୟାଧର ସାହୁ ଯୋଗଦେଇଥିଲେ। ସେହିପରି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍‌. ଗିରିଧର, ମୋହନା ଓ ଆର୍‌. ଉଦୟଗିରି ବ୍ଲକ୍‌ର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବୀରେନ୍ଦ୍ର ମଣ୍ଡଳ, ରାୟଗଡ଼ ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନ ଏବଂ କନ୍ଧମାଳ ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସଞ୍ଜୟ କୁମାର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ବିଭିନ୍ନ ଦିଗ ଉପରେ ମତବ୍ୟକ୍ତ କରିବା ସହ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଏହି ବୃହତ୍ କ୍ରୀଡ଼ା ଆୟୋଜନକୁ ସଫଳ ଓ ସୁସଂଗଠିତ କରିବାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ କ୍ରୀଡ଼ା ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସକ୍ରିୟ ସହଯୋଗ ଓ ଉପସ୍ଥିତି ବେଶ୍ ପ୍ରଶଂସନୀୟ ହୋଇଥିଲା।କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାୟଗଡ଼ର କ୍ରୀଡ଼ା ଶିକ୍ଷକ ଶ୍ରୀ ସନ୍ତୋଷ ପଣ୍ଡା ପରିଚାଳନା କରିଥିଲେ। ଶେଷରେ ଗଜପତି ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଉପସ୍ଥିତ ସମସ୍ତ ଅତିଥି, ଆୟୋଜକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।