Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର ମହା ବିଦ୍ୟାଳୟ ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟରେ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷର ଥିମ୍ ରହିଛି “ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ” । ଏନସିସି ଅଫିସର କ୍ୟାପଟେନ୍ ସୂର୍ଯ୍ୟନାରାୟଣ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଯୋଗ ଶିବିରକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିବା ସହ ଯୋଗାଭ୍ୟାସ କରିଥିଲେ । ଯୋଗ ଶିକ୍ଷକ ରାକେଶ ବାରିକ ଯୋଗଦେଇ ବିଭିନ୍ନ ଆସନ ଅଭ୍ୟାସ କରାଇବା ସହ ଏହାଦ୍ୱାରା ଶରୀରକୁ କି ଉପକାର ମିଳେ ସେ ସମ୍ପର୍କରେ ତାଲିମ ଦେଇଥିଲେ । ଶିବିରରେ ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷା କର୍ମଚାରୀ ଓ ସମର ଶିକ୍ଷାର୍ଥୀ ବାହିନୀ ସାମିଲ ହୋଇଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ