କାଣ୍ଟା ଲଗା ଗାର୍ଲ ଶେଫାଳି ଜରିୱାଲାଙ୍କ ବିୟୋଗ, ୪୨ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ


ଆଉ ନାହାନ୍ତି ଶେଫାଳି ଜରିୱାଲା । ବିଗ୍‌ ବସ୍‌ ପ୍ରତିଯୋଗି ଅଭିନେତ୍ରୀ ତଥା ମଡେଲ ଶେଫାଳି ଜରିୱାଲଙ୍କର ଗତକାଲି (ଶୁକ୍ରବାର) ୪୧ ବର୍ଷ ବୟସରେ ଅକାଳ ବିୟୋଗ ଘଟିଛି । ହୃଦଘାତ ଯୋଗୁଁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ ଶେଫାଳିଙ୍କୁ ତାଙ୍କ ସ୍ୱାମୀ ତଥା ଅଭିନେତା ପରାଗ ତ୍ୟାଗୀ ଓ ଅନ୍ୟ ୩ ଜଣ ଅପରାହ୍ନରେ ଆନେ୍ଧରୀର ବେଲିଭ୍ୟୁ ମଲ୍ଟିସ୍ପେଶାଲିଟି ହସ୍ପିଟାଲକୁ ନେଇଥିଲେ । କିନ୍ତୁ ସେଠାରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ଘଟିଥିଲା । ମୃତ୍ୟୁର କାରଣ ହୃଦଘାତଜନିତ ହୋଇଥିବା ସୂଚନା ମିଳିଛି । ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି ।