Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୁରୀରେ ବଡ଼ ଅଘଟଣ; ଶରଧାବାଲିରେ ୩ ଭକ୍ତଙ୍କ ମୃତ୍ୟୁ

ପୁରୀ: ପୁରୀରେ ଘଟିଛି ବଡ଼ ଅଘଟଣ। ଶରଧାବାଲିରେ ଠେଲାପେଲାରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। ଠାକୁରଦର୍ଶନ କରିବାକୁ ଆସିଥିବା ବେଳେ ହଠାତ୍ ଦଳା ଚକଟା ଯୋଗୁ ୩ ଭକ୍ତଙ୍କ ମୃତ୍ୟୁ ହୋଇଛି। ୩ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି। ତେବେ ଭୋର ୪ଟା ୨୦ରେ ଅଘଟଣ ଘଟିଥିବା ସୂଚନା ମିଳିଛି। ଦର୍ଶନ ପାଇଁ ଅତ୍ୟଧିକ ଭିଡ଼ ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ ଠେଲାପେଲାରେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି।ଅପରପକ୍ଷରେ ମୃତକ ମାନେ ହେଲେ ବୋଲଗଡ଼ର ବାସନ୍ତୀ ସାହୁ, ପ୍ରେମକାନ୍ତି ମହାନ୍ତି, ବାଲିପାଟଣାର ପ୍ରଭାତୀ ଦାସ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ