Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶରଧାବାଲିରେ ଭକ୍ତଙ୍କ ମୃତ୍ୟୁ ଘଟଣା ପାଇଁ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ; କହିଲେ ଏହି ଅବହେଳା ଅକ୍ଷମଣୀୟ

ପୁରୀ: ପୁରୀରେ ଘଟିଛି ବଡ଼ ଅଘଟଣ। ଶରଧାବାଲିରେ ଠେଲାପେଲାରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। ଠାକୁରଦର୍ଶନ କରିବାକୁ ଆସିଥିବା ବେଳେ ହଠାତ୍ ଦଳା ଚକଟା ଯୋଗୁ ୩ ଭକ୍ତଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ନେଇ କ୍ଷମା ପ୍ରାର୍ଥନା କରଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ସୋସିଆଲ ମିଡିଆରେ ପୋଷ୍ଟ କରି ସେ କହିଛନ୍ତି ଯେ, ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଜନିତ ଠେଲାପେଲା କାରଣରୁ ଘଟିଥିବା ଅଘଟଣ ପାଇଁ ବ୍ୟକ୍ତିଗତ ଭାବେ ମୁଁ ଏବଂ ମୋ ସରକାର ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ। ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଏହି ଅବହେଳା ଅକ୍ଷମଣୀୟ। ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ଏବଂ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛି।

ସୂଚନାଯୋଗ୍ୟ, ଭୋର ୪ଟା ୨୦ରେ ଅଘଟଣ ଘଟିଥିଲା।ଦର୍ଶନ ପାଇଁ ଅତ୍ୟଧିକ ଭିଡ଼ ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ ଠେଲାପେଲାରେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ